Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ବିସିସିଆଇ କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୨୦।୧୦:ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ଅକ୍ଟୋବର ୨୪ରେ ଭାରତକୁ ଚିପ୍ରତିଦ୍ୱନ୍ଦୀ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। କିନ୍ତୁ ଏହି ମ୍ୟାଚ ରଦ୍ଦ କରିବାକୁ ଦେଶରେ ଦାବି ଉଠିଛି। ଗତ କିଛି ଦିନ ହେବ କଶ୍ମୀରରେ ଭାରତୀୟ ନାଗରିକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅନେକ ତିକ୍ତତା ଦେଖାଦେଇଛି, ଏହା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚକୁ ବାତିଲ କରିବାକୁ ଦାବି ରହିଛି। ତେବେ ଏହି ମ୍ୟାଚକୁ ନେଇ ବିସିସିଆଇ ଏକ ବଡ ସୂଚନା ଜାରି କରିଛି। ଆଇସିସିର ଅନ୍ତର୍ଜାତୀୟ ପ୍ରତିବଦ୍ଧତା କାରଣରୁ ଏହି ହାଇ ଭୋଲଟେଜ ମ୍ୟାଚ ବାତିଲ ହୋଇପାରିବ ନାହିଁ ବୋଲି ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ସ୍ପଷ୍ଟ କରିଛନ୍ତି। ଏକ ସାକ୍ଷାତକାରରେ ରାଜୀବ ଶୁକ୍ଲା କହିଛନ୍ତି, ଜମ୍ମୁ କଶ୍ମୀରରେ ହୋଇଥିବା ଆକ୍ରମଣକୁ ଆମେ ଦୃଢ ନିନ୍ଦା କରୁଛୁ। ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌। ଆଇସିସିର ଅନ୍ତର୍ଜାତୀୟ ପ୍ରତିଶ୍ରୁତି ହେତୁ ଆମେ ଏହି ମ୍ୟାଚ୍‌ ଖେଳିବାକୁ ମନା କରିପାରିବୁ ନାହିଁ ବୋଲି ସେ କହିଛନ୍ତି।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ଟି -୨୦ ବିଶ୍ୱକପ ମ୍ୟାଚ ୨୪ ଅକ୍ଟୋବରରେ ଦୁବାଇରେ ଖେଳାଯିବ। ଏହି ମ୍ୟାଚ ମାଧ୍ୟମରେ ହିଁ ବିରାଟ କୋହଲିଙ୍କ ସେନା ଟି -20 ବିଶ୍ୱକପ ପାଇଁ ଅଭିଯାନ ଆରମ୍ଭ କରିବ। ଭାରତ ଏବଂ ପାକିସ୍ତାନ ବିପକ୍ଷ ମ୍ୟାଚ ପୂର୍ବରୁ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ଟିମ ଇଣ୍ଡିଆର କ୍ରିକେଟର ପର୍ଯ୍ୟନ୍ତ ସେମାନେ ଉତ୍ସାହିତ ଅଛନ୍ତି। ଚଳିତ ବର୍ଷ ଟି -୨୦ ବିଶ୍ୱକପ ଜିତିବା ପାଇଁ ଭାରତ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିବେଚନା କରାଯାଏ। ଟି -୨୦ ବିଶ୍ୱକପ ବିଷୟରେ କହିବାକୁ ଗଲେ ପାକିସ୍ତାନ ବିପକ୍ଷରେ ଭାରତର ରେକର୍ଡ ବହୁତ ଭଲ। ଟି -୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ୫ ଟି ମ୍ୟାଚ ହୋଇଛି, ସେଥିମଧ୍ୟରୁ ଟିମ ଇଣ୍ଡିଆ ସମସ୍ତ ପାଞ୍ଚଟି ମ୍ୟାଚ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri