Posted inଖେଳ

୧୧ ଏନସିଏ କୋଚ୍‌ଙ୍କ ଚୁକ୍ତି ନବିକରଣ କରିବନି ବିସିସିଆଇ

ନୂଆଦିଲ୍ଲୀ, ୨୪।୯- କରୋନା ଭାଇରସ ସଂକ୍ରମଣ ଜନିତ କାରଣରୁ ଜାତୀୟ କ୍ରିକେଟ ଏକାଡେମୀ(ଏନସିଏ)ରେ ଗତ କିଛି ମାସଧରି କୌଣସି କାର୍ଯ୍ୟକଳାପ ସମ୍ଭବ ହୋଇନାହିଁ। ନିକଟ ଅତୀତରେ ମଧ୍ୟ ଆରମ୍ଭ ହେବାର ସମ୍ଭାବନା ନାହିଁ। ତେଣୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୧ ଏନସିଏ କୋଚ୍‌ଙ୍କ ଚୁକ୍ତିର ନବିକରଣ ନ କରିବାକୁ ନିଷ୍ପତ୍ତି ନେଇଛି। ଏହା ମଧ୍ୟରେ ଓଡ଼ିଶାର ଶିବସୁନ୍ଦର ଦାସଙ୍କ ସମେତ ୪ ଜଣ ପୂର୍ବତନ ଭାରତୀୟ ଖେଳାଳି ରହିଛନ୍ତି। ଯେଉଁ କୋଚ୍‌ମାନଙ୍କର ଚୁକ୍ତି ନବିକରଣ କରାଯାଇ ନାହିଁ ବିଜ୍ଞାପନ ପ୍ରକାଶ କରାଗଲେ ସେମାନଙ୍କୁ ଆଉଥରେ ଆବେଦନ କରିବାକୁ ପଡ଼ିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି। ଶିବସୁନ୍ଦରଙ୍କ ବ୍ୟତୀତ ପୂର୍ବତନ ଖେଳାଳି ସୁବ୍ରତ ବାନାର୍ଜୀ, ହୃଷିକେଶ କାନିତକର, ରମେଶ ପାଓ୍ବାର ଏବଂ ଘରୋଇ କ୍ରିକେଟର ମନସୁର ଅଲର ଖାନ୍‌, ସୀତାଂଶୁ କୋଟାକ ପ୍ରମୁଖ ଖେଳାଳିଙ୍କ ସହିତ ୩୦ରୁ ୫୦ ଲକ୍ଷ ଟଙ୍କା ଦରମା ଭିତ୍ତିରେ ଏକବର୍ଷିଆ ଚୁକ୍ତି ହୋଇଥିଲା। ସେପ୍ଟେମ୍ବର ୩୦ରେ ଚୁକ୍ତି ସମୟସୀମା ଶେଷ ହେବାପରେ ସେମାନଙ୍କର ଆଉ ଆବଶ୍ୟକ ପଡ଼ିବ ନାହିଁ ବୋଲି ଏନସିଏ ମୁଖ୍ୟ ରାହୁଲ ଡ୍ରାଭିଡ ଜଣାଇ ଦେଇଛନ୍ତି। ଚାକିରି ହରାଇଥିବା ଅନ୍ୟ କୋଚିଂ ଷ୍ଟାଫ୍‌ଙ୍କ ମଧ୍ୟରେ ଅଛନ୍ତି ରାଜୀବ ଦତ୍ତ, ଅପୂର୍ବ ଦେସାଇ, ଅତୁଲ ଗାଏକ୍ୱାଡ, ଶୁଭଦୀପ ଘୋଷ ଓ ଟି. ଦିଲୀପ। ବିସିସିଆଇ ସମ୍ବିଧାନ ଅନୁସାରେ ସମସ୍ତ ନିୟମକୁ ପାଳନ କରାଯିବ। କାର୍ଯ୍ୟକାଳ ଶେଷ ହେବାପରେ ସେମାନଙ୍କୁ ଆଉଥରେ ଆବେଦନ କରିବାକୁ ପଡ଼ିବ ବୋଲି ଗାଙ୍ଗୁଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri