ଜନବସତି ମୁହାଁ ଭାଲୁ, ଲୋକେ ଭୟଭୀତ

କୋକସରା,୬ା୪(ଡି.ଏନ.ଏ): ଜଙ୍ଗଲ ନଷ୍ଟ କାରଣରୁ ହେଉ ଅବା ଖାଦ୍ୟ ଅନ୍ବେଷଣରେ ଏବେ ଜନ ବସତିମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ପ୍ରଚଣ୍ଡ ଖରା ଯୋଗୁ ଏବେ ଜଙ୍ଗଲରେ ଖାଦ୍ୟର ଅଭାବ ସାଙ୍ଗକୁ ଜଙ୍ଗଲରେ ନିଆଁ ଲାଗୁଥିବା ଯୋଗୁ ଗାଁ ମୁହାଁ ହୋଇଛି ଭାଲୁ । ମହୁଳ ଫୁଲ ଖାଇବା ପାଇଁ ମଧ୍ୟ ଭାଲୁ ଗାଁ ନିକଟବର୍ତ୍ତୀ ଅଞ୍ଚଳକୁ ଆସୁଥିବା ଦେଖିବାକୁ ମିଳିଛି । ବୁଧବାର ସକାଳେ କୋକସରା ବ୍ଲକ ଝରିଆଗୁଡ଼ା ଚାଷଜମି ନିକଟରେ ଏକ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଗାଁ ନିକଟରେ ଭାଲୁ ଥିବା ଦେଖି ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ ଫରେଷ୍ଟରଙ୍କୁ ଖବର ଦେବା ପରେ ବନ୍ୟ କର୍ମଚାରୀ ପହଞ୍ଚି ଭାଲୁଙ୍କ ଗତିବିଧି ଉପରେ ନଜର ରଖିଛନ୍ତି । ଭାଲୁ ଗାଁ ନିକଟରେ ଥିବା କାଜୁ ବଗିଚା ମଧ୍ୟରେ ରହିଛି। ବେହେରା ଫରେଷ୍ଟର ଫାଲ୍‌ଗୁନୀ ମେହେରଙ୍କୁ ପଚାରିବାରୁ ସକାଳ ହେବାରୁ ଭାଲୁ କୁଆଡ଼େ ଯାଇ ନ ପାରି ରହିଯାଇଛି, ଆମେ ତାର ଗତିବିଧି ଉପରେ ନଜର ରଖିଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri