ଆମପାଣି ବୁଢ଼ାରଜା ମନ୍ଦିରକୁ ସନ୍ଧ୍ୟା ନଇଁଲେ ଆସୁଛି ଭାଲୁ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲାର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ତଳେ ପୂଜା ପାଉଛନ୍ତି ଆଦିବାସୀ ଜନମାନସର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା। ସାହାଜଖୋଲ ଜଙ୍ଗଲ ପାଦଦେଶରେ ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ରହିଛି। ଆଜିକୁ କିଛିଦିନ ହେବ ସନ୍ଧ୍ୟା ନଇଁଲେ ପାଖ ଜଙ୍ଗଲରୁ ଗୋଟିଏ ଭାଲୁ ମନ୍ଦିର ପରିସରକୁ ଆସୁଥିବା ଦେଖିବାକୁ ମିଳୁଛି । ଭାଲୁଟି ଆସି ମନ୍ଦିର ବେଡାରେ ଭକ୍ତ ଚଢାଇଥିବା ନଡ଼ିଆ ଓ ଅନ୍ୟ ଫଳମୂଳ ଖାଇ ପୁଣି ଥରେ ରାତିରେ ଜଙ୍ଗଲକୁ ଫେରୁଛି। ଏହି ଘଟଣା ପରେ ସନ୍ଧ୍ୟା ହେଲେ ମନ୍ଦିର ଅଞ୍ଚଳରେ ଲୋକଙ୍କ ଯାତାୟତ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି। ପୂର୍ବରୁ ମଧ୍ୟ ଏହି ଅଞ୍ଚଳରେ ଭାଲୁ ଦେଖିବାକୁ ମିଳିଥିଲା। ତେବେ ନିୟମିତ ଭାବେ ଏହି ଭାଲୁ ମନ୍ଦିରକୁ ଆସୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଭାଲୁ ହିଂସ୍ର ଜନ୍ତୁ ହୋଇଥିଲେ ସୁଦ୍ଧା କାହାକୁ କିଛି କ୍ଷତି କରୁନାହିଁ। ନିଜେ ଆସି ଖାଦ୍ୟ ଗ୍ରହଣ କରି ନିଜେ ପୁଣି ଜଙ୍ଗଲ ମୁହାଁ ହେଉଛି । ତେବେ ଭାଲୁ ଆସୁଥିବା କାରଣରୁ ସନ୍ଧ୍ୟା ହେଲେ ଲୋକେ ଭୟଭୀତ ରହୁଥିବା ଜଣାପଡିଛି । ସ୍ଥାନୀୟ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଏ ନେଇ ଯୋଗାଯୋଗ କରିଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri