ସୌନ୍ଦର୍ଯ୍ୟକରଣ ହେବ ବଳଦେବଜୀଉ ବଡ଼ଦାଣ୍ଡ

କେନ୍ଦୁଝର, ୧୬।୧୨(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ବଳଦେବଜୀଉ ମନ୍ଦିରର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ସହ ବଡଦାଣ୍ଡ ଓ ଶ୍ରୀ ଗୁଣ୍ଡିଚା ମନ୍ଦିରକୁ ସୌନ୍ଦର୍ଯ୍ୟ କରାଯିବ ବୋଲି ଜିଲାପାଳ ଆଶିଷ ଠାକରେ ପ୍ରକାଶ କରିଛନ୍ତି। ଷୋଡଶ ଶତାଦ୍ଦୀରେ ନିର୍ମିତ କେନ୍ଦୁଝରର ବଳଦେବଜୀଉ ମନ୍ଦିର ସମ୍ମୁଖରେ ଥିବା ବଡଦାଣ୍ଡ ଓ ସିଦ୍ଧମଠ ପର୍ଯ୍ୟନ୍ତ ରାସ୍ତାକୁ ଏହି ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟାରେ ସାମିଲ କରାଯିବ। ଏଥିପାଇଁ ଜିଲାପାଳ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ସହ ଆଲୋଚନା କରିଛନ୍ତି ା ବଡଦାଣ୍ଡ ଦୁଇ ପାର୍ଶ୍ୱରେ ଦିନ ଦିନ ଧରି ଠିଆ ହେଉଥିବା ଟ୍ରକ୍‌ଗୁଡିକ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ବଡ଼ଦାଣ୍ଡର ଉଭୟ ପାର୍ଶ୍ୱକୁ ପ୍ରଶସ୍ତିକରଣ କରାଯିବା ସହ ରଥଯାତ୍ରା ପାଇଁ ବାଧା ସୃଷ୍ଟି କରୁ ନ ଥିବା ବିଭିନ୍ନ ଅସ୍ଥାୟୀ ସେଡ କରାଯିବା ସହ ମନ୍ଦିର ସମ୍ମୁଖକୁ ମଧ୍ୟ ଆକର୍ଷଣୀୟ କରାଯିବ। ଗୁଣ୍ଡିଚା ମନ୍ଦିର ନିକଟସ୍ଥ ସ୍ଥାନକୁ ମଧ୍ୟ ବ୍ୟବହାର କରି ସୌନ୍ଦର୍ଯ୍ୟ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଝୋଟି, ଚିତା ପରି ଆଳଙ୍କାରିକ ସାଜସଜ୍ଜା ଓ ଫୁଲ ରହିବ ଓ ବଡଦାଣ୍ଡକୁ ଗୋରୁ ନ ଛାଡିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯିବ ବୋଲି ଜିଲାପାଳ କହିଛନ୍ତି। ଏହି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ଏବଂ ଆଗାମୀ ରଥଯାତ୍ରା ପୂର୍ବରୁ ଶେଷ କରିବା ପାଇଁ ଲକ୍ଷ୍ୟ ରହିବ ବୋଲି ଜିଲାପାଳ ସୂଚନା ଦେଇଥିଲେ। ଗୁଣ୍ଡିଚା ମନ୍ଦିରରୁ ସିଦ୍ଧମଠ ରାସ୍ତାକୁ ପ୍ରଶସ୍ତ କରାଯିବା ସହିତ ଏଠାରେ ଜଙ୍ଗଲ ବଗିଚା ସୃଷ୍ଟି କରାଯିବ ବୋଲି ସେ କହିଥିଲେ। ପ୍ରାରମ୍ଭରେ କେନ୍ଦୁଝର ଉପଜିଲାପାଳ ତଥା ମନ୍ଦିରର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ପ୍ରାରମ୍ଭିକ ସୂଚନା ଦେବା ସହ ଜିଲା ପ୍ରଶାସନ ପକ୍ଷରୁ ଶ୍ରୀ ବଳଦେବଜୀଉ ମନ୍ଦିର, ବଡଦାଣ୍ଡ, ସିଦ୍ଧମଠ ଓ ସନ୍ନିକଟ ସ୍ଥାନମାନଙ୍କୁ ଆକର୍ଷଣୀୟ କରାଯିବ ବୋଲି ପ୍ରୟାସ ଆରମ୍ଭ ହୋଇଥିବା କଥା କହିଥିଲେ ା ଜିଲାପାଳଙ୍କ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ଏହି ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ନିର୍ମଳ ମହାନ୍ତି, ବରିଷ୍ଠ ନାଗରିକ ଡଃ ବନବିହାରୀ ମିଶ୍ର, ବରିଷ୍ଠ ଆଇନଜୀବୀ ନିମାଇଁ ଚରଣ ଦାଶ, ରାମଚନ୍ଦ୍ର ଦାଶ, ଜନ୍ମେଜୟ ଦ୍ୱିବେଦୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri