ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌ ଆକର୍ଷିତ କରୁଛି। ଶୀତଋତୁ ତଥା ନୂଆବର୍ଷ ଅବସରରେ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ଭିଡ଼ ପରିଲକ୍ଷିତ ହେଉଛି। ଦୈନିକ ୧୦ରୁ ଅଧିକ ଡଙ୍ଗାରେ ପର୍ଯ୍ୟଟକ ହୁକିଟୋଲାକୁ ଯାଉଛନ୍ତି। ବଣଭୋଜି କରିବା ଏହା ପ୍ରକୃଷ୍ଠ ସ୍ଥାନ ବୋଲି ପର୍ଯ୍ୟଟକମାନେ କହିଛନ୍ତି।
ସମୁଦ୍ର କୂଳରେ ବିଭିନ୍ନ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳେ। ସୂର୍ଯ୍ୟାସ୍ତ କାଳରେ ବାଲୁକା ବେଳାଭୂମିରେ ମତ୍ସ୍ୟଜୀବୀ ଡଙ୍ଗାରେ ମାଛ ଧରିବା ସମୟରେ ଦୃଶ୍ୟ ଖୁବ୍‌ ନିଆରା। ସେହିପରି ଲଞ୍ଚଘୋଲା, ମାଦଳୀ, ଷୋଳ ମୁହାଣ ଆଇଲାଣ୍ଡରେ ପର୍ଯ୍ୟଟକମାନେ ବୁଲିବା ଅନୁଭୂତି ସାଉଁଟିଥାନ୍ତି। ଏହି ସ୍ଥାନଗୁଡ଼ିକରେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଘଞ୍ଚ ଜଙ୍ଗଲରେ ହରିଣ, ବାର୍‌ହା, ହାଏନା, ଶିଆଳ, ହେଟା, ବିଭିନ୍ନ ପ୍ରଜାତିର ସରୀସୃପ, ଅରଣା ମଇଁଷି ଦେଖିବାକୁ ମିଳେ। ହୁକିଟୋଲା ଚତୁଃପାର୍ଶ୍ୱରେ ଲୁଣା ହେନ୍ତାଳ ଜଙ୍ଗଲରେ ପରିପୂର୍ଣ୍ଣ ଥିବାରୁ ଦୂରରୁ ପର୍ଯ୍ୟଟକମାନଙ୍କୁ ବେଶି ଆକର୍ଷିତ କରିଥାଏ। ଅପରପକ୍ଷରେ ହୁକିଟୋଲରେ ବ୍ରିଟିଶ ଶାସନ ନଅଙ୍କ ଦୁର୍ଭିକ୍ଷ ସମୟରେ ଖାଦ୍ୟ ଲାଗି ଗୋଦାମ ଗୃହ ରହିଛି। ଏଠାରେ ବିଦେଶରୁ ମାଲ ଆମଦାନୀ ହୋଇ ଗଚ୍ଛିତ ରହୁଥିଲା। ସେଠାରୁ ଷ୍ଟିମର ଯୋଗେ କଟକ, ଚାନ୍ଦବାଲି, ପୁରୀ, ବାଲେଶ୍ୱର ଅଞ୍ଚଳକୁ ମାଲ ପରିବହନ ହେଉଥିଲା। ଐତିହାସିକ ହୁକିଟୋଲା କଟକ ଗଡ଼ଖାଇ ବିଶାଳ ପଥରରେ ସୂକ୍ଷ୍ମ କଳାର କାରୁକାର୍ଯ୍ୟ ନିର୍ମାଣ କାର୍ଯ୍ୟ ବେଶ୍‌ ଆକର୍ଷଣୀୟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ପର୍ଯ୍ୟଟନସ୍ଥଳ ଘୋଷଣାକଲେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କ ଆଗମନ ସହ ଅଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ପାଆନ୍ତା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି। ଏହି ଆଇଲାଣ୍ଡକୁ ଯିବାକୁ ହେଲେ ଜଳପଥରେ ଡଙ୍ଗାରେ ଦେଢ଼ରୁ ୨ ଘଣ୍ଟା ଲାଗେ। ସାମୁଦ୍ରିକ ଜୁଆର ପାଣି ଉପରେ ପରିବହନ ନିର୍ଭରକରେ। ଜମ୍ବୁ, ରାମନଗର, ଆମ୍ବବେଲାରୀ, ଖରିନାସୀ ଜେଠିଠାରୁ ଡଙ୍ଗାରେ ଯିବାର ବ୍ୟବସ୍ଥା ରହିଛି। ବୋଟ ଯିବା ବେଳେ ଜଙ୍ଗଲ ଉଭୟ ପାର୍ଶ୍ୱରେ ହରିଣ ଓ କୁମ୍ଭୀରମାନଙ୍କ ଯାତାୟାତ ଖୁବ୍‌ ମନୋରମ ଦୃଶ୍ୟ ଦେଖିବାକୁ ମିଳେ। ଏ ସଂକ୍ରାନ୍ତରେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ରେଞ୍ଜ ଅଧିକାରୀ କପିଳେନ୍ଦ୍ର ପ୍ରଧାନଙ୍କୁ ପଚାରିବାରେ ହୁକିଟୋଲା ସୁରକ୍ଷା ପାଇଁ ୨୪ ଘଣ୍ଟିଆ ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?