ଗଜପତିଙ୍କ ଶାସନର ୬୪ଅଙ୍କ ଆରମ୍ଭ

ପୁରୀ ଅଫିସ, ୧୯।୯: ପବିତ୍ର ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀନହର ପରିସରରେ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୩ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ୬୪ ଅଙ୍କ ଏବଂ ୧୪୨୯ ସାଲ ଆରମ୍ଭ ହୋଇଛି। ଉକତ୍ଳୀୟ ସାଂସ୍କୃତିକ ସାମାଜିକ ଜୀବନରେ ଗଜପତିଙ୍କ ନାମରେ ଉକତ୍ଳ ନବବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ପାଇଁ ଜାତକର ବର୍ଷ ମାସ ତାରିଖ ତିଥି ଓ ନକ୍ଷତ୍ର ଗଜପତିଙ୍କ ନାମରେ ଉଲ୍ଲେଖ ହୋଇଥାଏ। ସୁନିଆ ଦିନଠାରୁ ଗଜପତି ମହାରାଜାଙ୍କର ଗାଦି ନାସିନ ବର୍ଷର ଗଣନା ହୋଇଥାଏ। ସୁନିଆ ଅବସରରେ ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା। ଶ୍ରୀନଅରର ବିଭିନ୍ନ ସ୍ଥାନରେ ଝୋଟି ପକାଯାଇଥିଲା। ଶନିବାର ସକାଳୁ ରାଜଗୁରୁମାନେ ଶୁଭଖୁଣ୍ଟି ଅନୁକୂଳ କରି ଯଥାବିଧି ଦେବାର୍ଚ୍ଚନା ନୀତି ସମ୍ପନ୍ନ କରିଥିଲେ। ସନ୍ଧ୍ୟାରେ ପଞ୍ଚଦେବତା ପୂଜା, ରାମାଭିଷେକ ପୂଜା ହୋଇଥିଲା। ଏହାପରେ ମଙ୍ଗଳାର୍ପଣ ନୀତି ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯାଇଥିଲା। ଏହା ପରେ ଏକ ସୁନା ମୋହରରେ ୬୪ଅଙ୍କ କଟାଯାଇ ଘୋଷଣା କରାଯାଇଥିଲା। ପରେ ୧୬ଶାସନ ବ୍ରାହ୍ମଣମାନେ ଗଜପତିଙ୍କୁ ଗୋଟିଏ ଲେଖାଏଁ ନଡିଆ ଭେଟିଦେଇ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ। ପରେ ଗଜପତିଙ୍କୁ ପ୍ରଜା ଏବଂ କର୍ମଚାରୀମାନେ ସୁନିଆ ଭେଟି ଦେଇଥିଲେ। ସୁନିଆ ପରମ୍ପରା ସମ୍ପର୍କରେ ଯୁବ ଗବେଷକ ସୌମ୍ୟ ପଣ୍ଡାଙ୍କ ସୂଚନା ଅନୁଯାୟୀ ସୁନିଆରେ ଗଜପତି ମହାରାଜାଙ୍କ ନବବର୍ଷର ଆରମ୍ଭ ହୋଇଥାଏ। ଚଳିତ ବର୍ଷ ଗଜପତି ମହାରାଜାଙ୍କ ୬୪ ଅଙ୍କ ପ୍ରଚଳିତ ହୋଇ ୧୪୨୯ ସାଲ ପ୍ରବେଶ କଲା। ଅଙ୍କ କଟାର ପରମ୍ପରା ଅଦ୍ୟାବଧୂ ପ୍ରଚଳିତ ରହିଛି ବୋଲି ରାଜଗୁରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri