କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି)
ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ କୋଭାକ୍ସିନ୍‌ ଟିକାର ସୋମବାର ମାନବ ପରୀକ୍ଷଣ(ହ୍ୟୁମାନ ଟ୍ରାଏଲ୍‌) ଆରମ୍ଭ ହୋଇଛି। ଏହାର ପ୍ରଥମ ପର୍ଯ୍ୟାୟ ଫଳାଫଳ ମିଳିବାକୁ ଗବେଷକଙ୍କୁ ଅନୂ୍ୟନ ୩ ମାସ ଲାଗିଯିବ ବୋଲି ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି। କୋଭିଡ୍‌-୧୯ ପାଇଁ ସଞ୍ଜିବନୀ କୁହାଯାଉଥିବା କୋଭାକ୍ସିନ ଟିକାର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ(ଏମ୍ସ)ରେ ଆରମ୍ଭ ହୋଇଛି। ଭୁବନେଶ୍ୱର ସମ୍‌ ହସ୍ପିଟାଲ ସମେତ ଦେଶର ୧୨ଟି ହସ୍ପିଟାଲରେ ଏହି ପର୍ଯ୍ୟାୟ ପରୀକ୍ଷଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।
କୋଭାକ୍ସିନ୍‌ ଟିକାର ମାନବ ପରୀକ୍ଷଣ ନିମନ୍ତେ ଗତ ୧୮ତାରିଖରେ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜେଆଇ) ସବୁଜ ସଙ୍କେତ ଦେଇଥିଲା। ପ୍ରାଥମିକ ପର୍ଯ୍ୟାୟରେ ଏହି ପରୀକ୍ଷଣ ୧୨ଟି ମେଡିକାଲ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରାୟ ୧୮୦୦ ସେଚ୍ଛାସେବୀ ପର୍ଯ୍ୟାୟ-୧ ଏବଂ ୨ ପାଇଁ ନାମ ପଞ୍ଜୀକରଣ କରିଛନ୍ତି। ଏହି ପରୀକ୍ଷଣ ୧୮ ରୁ ୫୫ବର୍ଷୀୟ ଲୋକଙ୍କଠାରେ କରାଯିବ। ପ୍ରଥମ ପର୍ଯ୍ୟାୟରେ ୩୭୫ ସ୍ବେଚ୍ଛାସେବୀଙ୍କଠାରେ କୋଭାକ୍ସିନ ପରୀକ୍ଷଣ ହେବ। ସେଥିମଧ୍ୟରୁ ୧୦୦ପରୀକ୍ଷଣ ଦିଲ୍ଲୀସ୍ଥିତ ଏମ୍‌ସରେ କରାଯିବ ବୋଲି ଜଣାପଡ଼ିଛି।
ସେହିପରି ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷାରେ ୧୨ରୁ ୬୫ ବର୍ଷ ବୟସ ବର୍ଗର ୭୫୦ ସ୍ବେଚ୍ଛାସେବୀ ଭାଗ ନେବେ। ତୃତୀୟ ପର୍ଯ୍ୟାୟରେ ଏହାଠାରୁ ଅଧିକ ଲୋକଙ୍କଠାରେ କୋଭାକ୍ସିନର ପରୀକ୍ଷା କରାଯିବ ବୋଲି ଜଣାପଡିଛି।
ଉଭୟ ପୁରୁଷ ଓ ମହିଳା ପରୀକ୍ଷଣରେ ଭାଗ ନେଇପାରିବେ। ତେବେ ଗର୍ଭବତୀ ମହିଳାଙ୍କୁ ଏଥିପାଇଁ ଅନୁମତି ଦିଆଯିବନାହିଁ ବୋଲି ପରୀକ୍ଷା ତଦାରଖ ଦାୟିତ୍ୱରେ ଥିବା କମ୍ୟୁନିଟି ମେଡିସିନ୍‌ ମୁଖ୍ୟ ଡ. ସଞ୍ଜୟ ରାୟ କହିଛନ୍ତି। ନିରାପତ୍ତା ସୁନିଶ୍ଚିତ କରିବା ଉପରେ ପ୍ରାଥମିକତା ଦିଆଯାଉଛି। କେତେଦିନ ପର୍ଯ୍ୟନ୍ତ ଟିକାର ପ୍ରଭାବ ମଣିଷ ଦେହରେ ରହିବ ତାହା ଭୂତାଣୁର ରୂପାନ୍ତରଣ ଉପରେ ନିର୍ଭର କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri