ବୈଷୟିକ ତ୍ରୁଟି ଦର୍ଶାଇ ଶୁଣାଣି କଲେନି ଖଣ୍ଡପୀଠ

ନୂଆଦିଲ୍ଲୀ/ ଭୁବନେଶ୍ୱର(ବ୍ୟୁରୋ),୧ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ହାଇକୋର୍ଟ ଗତ ୯ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହୋଇଥିବା ଏକାଧିକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହେବାକୁ ଥିଲା। ହେଲେ ଏହି ମାମଲାରେ ଟେକ୍ନିକାଲ ଡିଫିକଲ୍ଟି(ବୈଷୟିକ ତ୍ରୁଟି) ଥିବା ଦର୍ଶାଇ ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ ହିମ କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନଗୁଡ଼ିକର ଶୁଣାଣି କରିପାରି ନାହାନ୍ତି। ଏହି ଆବେଦନଗୁଡ଼ିକର ଶୁଣାଣି ପ୍ରଧାନ ବିଚାରପତିଙ୍କ ପରିସରଭୁକ୍ତ ହୋଇଥିବାରୁ ତାଙ୍କ ବିନା ଅନୁମତିରେ ଶୁଣାଣି ଆମେ ଶୁଣାଣି କରିପାରିବୁ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି।
ହାଇକୋର୍ଟଙ୍କ ରାୟ ବିରୋଧରେ ଗତ ୨୩ ତାରିଖରେ ଅର୍ଦ୍ଧେନ୍ଦୁ ଦାସ ଏବଂ ୨୭ ତାରିଖରେ ସୁମନ୍ତ ଘଡ଼େଇ ସୁପ୍ରିମକୋର୍ଟରେ ୨ଟି ପୃଥକ୍‌ ସ୍ପେଶାଲ ଲିଭ୍‌ ପିଟିଶନ ଆବେଦନ କରିଥିଲେ। ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମଙ୍ଗଳବାର ମାମଲାର ଶୁଣାଣି ପାଇଁ ଲିଷ୍ଟିଂ ବା ତାଲିକାଭୁକ୍ତ କରାଯାଇ ନାହିଁ। ତେଣୁ ଆବେଦନ ଗୁଡ଼ିକର ତ୍ୱରିତ ଶୁଣାଣି ନିମନ୍ତେ ଆଦେନକାରୀ ଘଡ଼େଇଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମହାଲକ୍ଷ୍ମୀ ପାଭାନୀ ଏବଂ ଦାସଙ୍କ ପକ୍ଷରୁ ଆଇନଜୀବୀ ନଚିକେତା ଜୋଷୀ ମଙ୍ଗଳବାର ଖଣ୍ଡପୀଠଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଅଦାଲତଙ୍କ ରାୟ ବିରୋଧରେ ନିର୍ମାଣ କାର୍ଯ୍ୟ ଜାରି ରହିଥିବା ପାଭାନୀ ଦର୍ଶାଇଥିଲେ। ହେଲେ ଆମେ ରେଜିଷ୍ଟ୍ରାରଙ୍କ ନିୟନ୍ତ୍ରଣରେ ରହି କାର୍ଯ୍ୟ କରୁଛୁ। ଆମ ହାତ ବନ୍ଧା
ବୋଲି ଦର୍ଶାଇ ଖଣ୍ଡପୀଠ ଶୁଣାଣି କରିବାରୁ ବିରତ ରହିଥିଲେ। ସୋମବାର ଆଇନଜୀବୀ ପାଭାନୀ ଏବଂ ଜୋଷୀ ଏହି ମାମଲାର ତ୍ୱରିତ ଶୁଣାଣି ପାଇଁ ବିଚାରପତି ଗଭାଇ ଏବଂ କୋଲିଙ୍କ ଖଣ୍ଡପୀଠରେ ନିବେଦନ କରିଥିଲେ। ଓଡ଼ିଶା ହାଇକୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି କି ନାହିଁ ଖଣ୍ଡପୀଠ ଆବେଦନକାରୀଙ୍କୁ ପଚାରିଥିଲେ। ହାଇକୋର୍ଟଙ୍କ ମେ’ ୯ ଆଦେଶ ବିରୋଧରେ ଉକ୍ତ ଦୁଇଟି ପିଟିଶନ ଦାଏର କରାଯାଇଥିବା ଆବେଦନକାରୀ ଦର୍ଶାଇଥିଲେ। ଏହା ପରେ ଏହାର ଶୁଣାଣି ମଙ୍ଗଳବାରକୁ ଧାର୍ଯ୍ୟ ହୋଇଥିଲା। ହେଲେ ଏବେ ଏହାକୁ ଟେକ୍ନିକାଲ ଡିଫିକଲ୍ଟି ଦର୍ଶାଇ ଶୁଣାଣି କରାଯାଇ ନାହିଁ।
ସୂଚନାଯୋଗ୍ୟ, ଗତ ୯ତାରିଖରେ ହାଇକୋର୍ଟ ଶ୍ରୀମନ୍ଦିର ଚାରିପାଖେ ହେଉଥିବା ନିର୍ମାଣକୁ ସ୍ଥଗିତ କରିବା ନେଇ ନିର୍ଦ୍ଦେଶ ଦେବାକୁ ମନା କରିଦେଇଥିଲେ। ପୁରୀ ଐତିହ୍ୟ ପ୍ରକଳ୍ପ ଦ୍ୱାରା ଶ୍ରୀମନ୍ଦିରର କ୍ଷତି ହେବା ଆଶଙ୍କା କରି ଏବଂ ଏ ନେଇ କୌଣସି ଅନୁମତି ଦିଆଯାଇ ନ ଥିବା ଦର୍ଶାଇ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସ୍‌ଆଇ) ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟ ଏଏସ୍‌ଆଇ ରିପୋର୍ଟକୁ ଅଗ୍ରାହ୍ୟ କରିଦେବା ସହ ମନ୍ଦିରର କେଉଁ ଅଂଶ ପ୍ରକୃତରେ କ୍ଷତି ହେବ ସେ ସମ୍ପର୍କରେ ଦର୍ଶାଇବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri