ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ବୁଧବାର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଦକ୍ଷତା ପ୍ରତିପାଦିତ ପାଇଁ କିନ୍ନରମାନଙ୍କ ଲାଗି କାର୍ଯ୍ୟକ୍ଷେତ୍ରରେ ଉପଯୁକ୍ତ ପରିବେଶ ସୃଷ୍ଟି କରାଯିବା ସହ କୌଣସି ପଦବୀ, ତାଲିମ, ପଦୋନ୍ନତି, ବଦଳି କ୍ଷେତ୍ରରେ ବାଛବିଚାର ରହିବନି। ତୃତୀୟ ଲିଙ୍ଗୀଙ୍କ ଅଭିଯୋଗ ସମାଧାନ ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ ହେବେ। ଅଭିଯୋଗ ପାଇବାର ୧୫ ଦିନ ମଧ୍ୟରେ ଅଧିକାରୀ କିନ୍ନରଙ୍କ ସମସ୍ୟାର ସମାଧାନ କରିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କିନ୍ନରମାନଙ୍କୁ ନିଯୁକ୍ତି କ୍ଷେତ୍ରରେ ସମାନ ସୁବିଧା ସୁଯୋଗ ପ୍ରଦାନ କରିବାକୁ ତୃତୀୟ ଲିଙ୍ଗ (ସୁରକ୍ଷା ଅଧିକାର) ଆଇନ ୨୦୧୯ ଏବଂ କେନ୍ଦ୍ରୀୟ ରୁଲ୍‌ ୨୦୨୦ କାର୍ଯ୍ୟକାରୀ କରାଯାଇଛି। ବିଭାଗ ପକ୍ଷରୁ କିନ୍ନରମାନଙ୍କୁ କାର୍ଯ୍ୟସ୍ଥଳରେ ସମାନ ଅଧିକାର ଦେବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ସେହିପରି ଅଧିକାରୀଙ୍କ ଦ୍ୱାରା ଦାଖଲ ହୋଇଥିବା ତଦନ୍ତ ରିପୋର୍ଟ ଉପରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଭାଗୀୟ ମୁଖ୍ୟ ଦପ୍ତରଗୁଡ଼ିକୁ କୁହାଯାଇଛି। କିନ୍ନରମାନେ ନିଜର ଅଭିଯୋଗ ପାଇଁ ନିକଟସ୍ଥ ଅଧିକାରୀଙ୍କ ସହ ଯୋଗାଯୋଗ କରିପାରିବେ। ଏହି ଅଭିଯୋଗକୁ ଅଧିକାରୀ ଗୁପ୍ତ ରଖି ତାହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀମାନେ ଅଭିଯୋଗ ପାଇବାର ୧୫ ଦିନ ମଧ୍ୟରେ ତଦନ୍ତ କରିବେ। ତଦନ୍ତ ଶେଷ ହେବା ପରେ ବିଭାଗୀୟ ମୁଖ୍ୟ ଦପ୍ତର ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଯଦି ମୁଖ୍ୟ ଦପ୍ତର ପଦକ୍ଷେପ ନେଇ ନ ଥିବେ ସେ କ୍ଷେତ୍ରରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ। ଏଥିସହିତ କିନ୍ନରମାନଙ୍କୁ କାର୍ଯ୍ୟସ୍ଥଳରେ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri