ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ବୁଧବାର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଦକ୍ଷତା ପ୍ରତିପାଦିତ ପାଇଁ କିନ୍ନରମାନଙ୍କ ଲାଗି କାର୍ଯ୍ୟକ୍ଷେତ୍ରରେ ଉପଯୁକ୍ତ ପରିବେଶ ସୃଷ୍ଟି କରାଯିବା ସହ କୌଣସି ପଦବୀ, ତାଲିମ, ପଦୋନ୍ନତି, ବଦଳି କ୍ଷେତ୍ରରେ ବାଛବିଚାର ରହିବନି। ତୃତୀୟ ଲିଙ୍ଗୀଙ୍କ ଅଭିଯୋଗ ସମାଧାନ ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ ହେବେ। ଅଭିଯୋଗ ପାଇବାର ୧୫ ଦିନ ମଧ୍ୟରେ ଅଧିକାରୀ କିନ୍ନରଙ୍କ ସମସ୍ୟାର ସମାଧାନ କରିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କିନ୍ନରମାନଙ୍କୁ ନିଯୁକ୍ତି କ୍ଷେତ୍ରରେ ସମାନ ସୁବିଧା ସୁଯୋଗ ପ୍ରଦାନ କରିବାକୁ ତୃତୀୟ ଲିଙ୍ଗ (ସୁରକ୍ଷା ଅଧିକାର) ଆଇନ ୨୦୧୯ ଏବଂ କେନ୍ଦ୍ରୀୟ ରୁଲ୍‌ ୨୦୨୦ କାର୍ଯ୍ୟକାରୀ କରାଯାଇଛି। ବିଭାଗ ପକ୍ଷରୁ କିନ୍ନରମାନଙ୍କୁ କାର୍ଯ୍ୟସ୍ଥଳରେ ସମାନ ଅଧିକାର ଦେବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ସେହିପରି ଅଧିକାରୀଙ୍କ ଦ୍ୱାରା ଦାଖଲ ହୋଇଥିବା ତଦନ୍ତ ରିପୋର୍ଟ ଉପରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଭାଗୀୟ ମୁଖ୍ୟ ଦପ୍ତରଗୁଡ଼ିକୁ କୁହାଯାଇଛି। କିନ୍ନରମାନେ ନିଜର ଅଭିଯୋଗ ପାଇଁ ନିକଟସ୍ଥ ଅଧିକାରୀଙ୍କ ସହ ଯୋଗାଯୋଗ କରିପାରିବେ। ଏହି ଅଭିଯୋଗକୁ ଅଧିକାରୀ ଗୁପ୍ତ ରଖି ତାହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀମାନେ ଅଭିଯୋଗ ପାଇବାର ୧୫ ଦିନ ମଧ୍ୟରେ ତଦନ୍ତ କରିବେ। ତଦନ୍ତ ଶେଷ ହେବା ପରେ ବିଭାଗୀୟ ମୁଖ୍ୟ ଦପ୍ତର ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଯଦି ମୁଖ୍ୟ ଦପ୍ତର ପଦକ୍ଷେପ ନେଇ ନ ଥିବେ ସେ କ୍ଷେତ୍ରରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ। ଏଥିସହିତ କିନ୍ନରମାନଙ୍କୁ କାର୍ଯ୍ୟସ୍ଥଳରେ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri