୧ରୁ ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା

ଭୁବନେଶ୍ୱର, ୨୧।୩ (ବ୍ୟୁରୋ): ଓଡ଼ିଆ ପ୍ରଥା, ପରମ୍ପରା, ଭାଷା, ସଂସ୍କୃତି ତଥା ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ସମ୍ପ୍ରସାରଣ ଉଦ୍ଦେଶ୍ୟରେ ସଂଭାବନା ପକ୍ଷରୁ ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା’ ଆସନ୍ତା ଏପ୍ରିଲ ୧ରୁ ଆରମ୍ଭ ହେବ। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଝୋଟି, ପିଠା, ଶଙ୍ଖଫୁଙ୍କା, ଢଗ ଢମାଳି, ପାରମ୍ପରିକ ସଙ୍ଗୀତ, ପାନଭଙ୍ଗା, ପୁରାଣ ଆବୃତ୍ତି, ମୁରୁଜ, ହୁଳହୁଳି, ଓଡ଼ିଆ ଭାଷା ଜ୍ଞାନ ଓ ଓଡ଼ିଆଣୀ ବେଶଭୂଷା ଆଦିକୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ସେହିପରି ଭବିଷ୍ୟତର ଓଡ଼ିଆଙ୍କୁ ଆମର ଭାଷା, ସଂସ୍କୃତି, ପରମ୍ପରା, ଐତିହ୍ୟ ସହ ପରିଚିତ କରିବା ଉଦ୍ଦେଶ୍ୟରେ ‘ଶିଶୁ କିଶୋର ଓଡ଼ିଆ ସ୍ବାଭିମାନ ପ୍ରତିଯୋଗିତା’ ମଧ୍ୟ ଆୟୋଜନ କରାଯିବ। ୫ରୁ ୧୦ ଓ ୧୧ରୁ ୧୭ ବୟସର ଶିଶୁ-କିଶୋରମାନେ ଚିତ୍ରାଙ୍କନ, ହସ୍ତାକ୍ଷର, ଶ୍ରୁତ ଲିଖନ, ଓଡ଼ିଶୀ, ଲଘୁନୃତ୍ୟ, ସୁଗମ ସଙ୍ଗୀତରେ ଦକ୍ଷତା ପ୍ରଦର୍ଶନ କରିବେ ଅନୁଷ୍ଠାନ ପକ୍ଷରୁ ଶନିବାର ସାମ୍ବାଦିକ ସଂଘଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଏଥିପାଇଁ ନାମ ପଞ୍ଜୀକରଣ ଆରମ୍ଭ ହୋଇଛି। ୨୧ ବର୍ଷରୁ ଊର୍ଦ୍ଧ୍ୱ ବୟସର ପ୍ରତିଯୋଗୀମାନେ ୟୁନିଟ୍‌-୨ ପ୍ରାଥମିକ ବିଦ୍ୟାଳୟରେ ପ୍ରତିଦିନ ସନ୍ଧ୍ୟା ୬ଟାରୁ ରାତି ୮ଟା ଯାଏ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ପଞ୍ଜୀକରଣ କରିପାରିବେ କିମ୍ବା ୯୪୩୭୧୬୪୪୬୧ ନମ୍ବରରେ ମଧ୍ୟ ଯୋଗାଯୋଗ କରିପାରିବେ ବୋଲି ଅନୁଷ୍ଠାନର ପରିଚାଳନା ଟ୍ରଷ୍ଟି ଓ ସମ୍ପାଦକ ଦେବ ପ୍ରସାଦ ପରିଜା ସୂଚନା ଦେଇଛନ୍ତି। ଟ୍ରଷ୍ଟି ସ୍ମୃତି ମହାନ୍ତି, ଓଡ଼ିଆଣୀ ସମିତିର ସଂଯୋଜିକା ସୌଦାମିନୀ ସାମଲ, କଣ୍ଠଶିଳ୍ପୀ ଛନ୍ଦା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

ବଡ଼ ଖବର: ରାଜ୍ୟରେ ବଢିବ ବିଜୁଳି ଦର? ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଘରୋଇ ତଥା…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri