Posted inଖେଳ

ଶ୍ରେଷ୍ଠ ପ୍ରଦର୍ଶନ ବାକି ରହିଛି: ଡେଭିଡ୍‌ ଓ୍ବିଲି

ସାଉଥାମ୍ପଟନ, ୧ା୮ (ପି.ଟି.)- ଇଂଲଣ୍ଡର ବିଶ୍ୱକପ୍‌ ଦଳରୁ ଯେତେବେଳେ ସେ ଶେଷ ମୁହୂର୍ତ୍ତରେ ବାଦ୍‌ ପଡ଼ିଲେ କ୍ରିକେଟ ଖେଳ ପ୍ରତି ତାଙ୍କର ଭଲ ପାଇବା କମି ଯାଇଥିଲା ବୋଲି କହିଛନ୍ତି ଇଂଲଣ୍ଡ ପେସ୍‌ ବୋଲର ଡେଭିଡ୍‌ ଓ୍ବିଲି। ମାତ୍ର ଗୁରୁବାର ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ ପ୍ରଥମ ୫ ଉଇକେଟ ସଫଳତା ପରେ ତାଙ୍କ ଭାବନାରେ ପରିବର୍ତ୍ତନ ଘଟିଥିଲା। ଆଗକୁ ଏହାଠାରୁ ବଡ଼ ସଫଳତା ହାସଲ କରିପାରବେ ବୋଲି ସେ ଦୃଢତାର ସହିତ କହିଛନ୍ତି। ଏହି ୩୦ବର୍ଷୀୟ ପେସ୍‌ ବୋଲର ୪୭ ଅନ୍ତର୍ଜାତୀୟ ଦିନିକିଆରୁ ୫୭ ଉଇକେଟ ଅକ୍ତିଆର କରିଛନ୍ତି। ଗତ ବିଶ୍ୱକପ୍‌ରେ ତାଙ୍କ ବଦଳରେ ଜୋଫ୍ରା ଆର୍ଚରଙ୍କୁ ଦଳରେ ନିଆଯାଇଥିଲା। ତାଙ୍କୁ ଆହୁରି ମଧ୍ୟ ଗତ ଶୀତଋତୁରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ସୀମିତ ଓଭର ସିରିଜ ଟୁର୍‌ରୁ ବାଦ୍‌ ଦିଆଯାଇଥିଲା। ଆବୁଧାବୀ ଟି୧୦ରେ ତାଙ୍କ ପ୍ରଦର୍ଶନ ମଧ୍ୟ ନୈରାଶ୍ୟଜନକ ଥିଲା। ମାତ୍ର କରୋନାଭାଇରସ୍‌ ପାଇଁ ଖେଳକୁ କିଛି ମାସ ପାଇଁ ସସ୍‌ପେଣ୍ଡ ରଖାଯିବାରୁ ଏହା ତାଙ୍କୁ ସଫଳ ପ୍ରତ୍ୟାବର୍ତ୍ତନ ଦିଗରେ ବିଶେଷ ସହାୟକ ହୋଇଥିଲା। ଫଳସ୍ବରୂପ ଗୁରୁବାର ଆୟର୍ଲାଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆରେ ସେ ୬ଟି ଉଇକେଟ ଅକ୍ତିଆର କରିବାରେ ସମର୍ଥ ହୋଇ ପାରଛନ୍ତ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri