Posted inଖେଳ

ଟପ୍ସ ସେଣ୍ଟରରେ ଶ୍ରେଷ୍ଠ ଟ୍ରେନିଂ ବ୍ୟବସ୍ଥା କରାଯିବ: ରିଜିଜୁ

ନୂଆଦିଲ୍ଲୀ, ୯ା୧୦ (ପି.ଟି.)-ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ) ଅନ୍ତର୍ଭୁକ୍ତ ଆଥଲେଟ୍‌ଙ୍କ ଲାଗି ଉଦ୍ଦିଷ୍ଟ ଦେଶର ବିଭିନ୍ନ ସ୍ଥାନରେ ରହିଥିବା ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସ (ଏନ୍‌ସିଓଇ)ରେ ଶ୍ରେଷ୍ଠ ଟ୍ରେନିଂ ବ୍ୟବସ୍ଥା କରାଯିବ। ୨୦୨୪ ଏବଂ ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ ରଖି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପକ୍ଷରୁ ଏ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଗୁରୁବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଇର ୫୩ତମ ସାଧାରଣ ପରିଷଦ ବୈଠକରେ ଏ ସମ୍ପର୍କରେ ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଛି। ଜାତୀୟ କ୍ରୀଡ଼ା ମହାସଂଘ (ଏନଏସ୍‌ଡବ୍ଲ୍ୟୁ) ସହଯୋଗରେ ଏହି ସେଣ୍ଟରଗୁଡ଼ିକ କାର୍ଯ୍ୟ କରିବ। ଆଥଲେଟମାନଙ୍କ ଲାଗି ସରକାର ବିଶ୍ୱ ଶ୍ରେଣୀୟ ସ୍ପୋଟର୍‌ସ ଇକୋ ସିଷ୍ଟମ ଯୋଗାଇ ଦେବେ। ଟପ୍ସର ଏହି ଟ୍ରେନିଂ ସେଣ୍ଟରଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ। ଆଧୁନିକ କ୍ରୀଡ଼ା ବିଜ୍ଞାନ ସହ ଦକ୍ଷ କୋଚ୍‌ ଓ ସପୋର୍ଟ ଷ୍ଟାଫ୍‌ ଯୋଗାଇ ଦିଆଯିବ ବୋଲି ରିଜିଜୁ ପ୍ରକାଶ କରିଛନ୍ତି। ବୈଠକରେ ସଦସ୍ୟମାନଙ୍କ ବ୍ୟତୀତ ଅଂଶୀଦାରମାନେ ଭାଗ ନେଇଥିଲେ। ଅଲିମ୍ପିକ ଆସୋସିଏଶନ ସାଧାରଣ ସମ୍ପାଦକ ରାଜୀବ ମେହେଟା ଏବଂ ପୂର୍ବତନ ଟେବୁଲ ଟେନିସ ଖେଳାଳି କମଳେଶ ମେହେଟା, ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଧ୍ୟାନଚାନ୍ଦ ପୁରସ୍କାର ବିଜୟିନୀ ତୃପ୍ତି ମୁର୍‌ଗୁଣ୍ଡେ, ପୂର୍ବତନ ହକି ଖେଳାଳି ଦୀପକ ଠାକୁର, ଉଷୁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜୟିନୀ ଯୁୁମ୍‌ନାମ୍‌ ସାନାଥୋଇ ଦେବୀ ଏବଂ ବକ୍ସର ଅଖିଲ କୁମାର ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ମନ୍ତ୍ରୀ ରିଜିଜୁ ସୂଚନା ଦେଇ କହିଥିଲେ ଯେ, କୋଭିଡ୍‌ ପରିସ୍ଥିତିରେ ଉନ୍ନତି ଘଟିବାମାତ୍ରେ ପୂର୍ବତନ ଟପ୍‌ ଆଥଲେଟ, କୋଚ୍‌ ଏବଂ ବିଶେଷଜ୍ଞଙ୍କୁ ନେଇ ଟ୍ୟାଲେଣ୍ଟ ସ୍କାଉଟିଂ କମିଟିମାନ ଗଠନ ହେବ। ଏହି କମିଟିଗୁଡ଼ିକ ୪ରୁ ୫ମାସ ମଧ୍ୟରେ ସମଗ୍ର ଦେଶରେ ବିଭିନ୍ନ କ୍ରୀଡ଼ାର ପ୍ରତିଭାମାନଙ୍କୁ ଚିହ୍ନଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?