ଆଜିଠୁ ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ବୁଧବାରଠାରୁ ଝଲସିବ । ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ବୁଧବାର ଉଦ୍‌ଘାଟନ କରିବେ। ବିଏମ୍‌ସି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଅପରାହ୍ନ ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ଶିରିଡି ସାଇମନ୍ଦିର ଛକ ନିକଟରେ ସୁଇଚ୍‌ ଟିପି ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିବେ।
ଉକ୍ତ ୧୨ କିଲୋମିଟର ମଧ୍ୟରେ ୩୮୭ଟି ଖୁଣ୍ଟରେ ୭୭୪ଟି ଏଲ୍‌ଇଡି ଲାଇଟ ଲାଗିଥିବା ବେଳେ ୪ଟି ଟ୍ରାନ୍ସଫର୍ମର ନିର୍ମାଣ କରାଯାଇଛି। ଏଥିସହିତ ରାଜପଥର ୩ଟି ଛକରେ ହାଇମାଷ୍ଟ ଲାଇଟ ଲାଗିଛି। ସ୍ଥାନୀୟ ଲୋକମାନଙ୍କର ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ୩୧୬ ନମ୍ବର ୨୦୧୨ରେ ଲୋକାର୍ପଣ ହୋଇଥିଲା। ତେବେ ରାସ୍ତା ଆଲୋକୀକରଣ କରାଯାଇ ନ ଥିଲା। ଫଳରେ ଉକ୍ତ ରାସ୍ତାରେ ଚୋରି, ଡକାୟତି, ରାହାଜାନି ବଢି ଯାଇଥିଲା। ସ୍ଥାନୀୟ ଅଞ୍ଚଳର ଲୋକମାନେ ବିଏମ୍‌ସି ନିକଟରେ ବାରମ୍ବାର ଦାବି କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏହି ରାସ୍ତା ବିଏମ୍‌ସି ଅଧୀନରେ ଆସୁ ନ ଥିବା କହି ଏନ୍‌ଏଚଏଆଇ କର୍ତ୍ତୃପକ୍ଷ ଏହି ଦାବିକୁ ଅଣଦେଖା କରିଥିଲେ। ଏଥିପାଇଁ ଅର୍ଥ ବାଧକ ସାଜୁଥିଲେ ମଧ୍ୟ ସ୍ଥାନୀୟ ଲୋକମାନଙ୍କର ଦାବି ଓ ପର୍ଯ୍ୟଟନର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏକାମ୍ର ବିଧାୟକ ତଥା ତତ୍କାଳନୀ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପର୍ଯ୍ୟଟନ ବିଭାଗରୁ ଉକ୍ତ ରାସ୍ତାର ଆଲୋକୀକରଣ ପାଇଁ ବିଏମ୍‌ସିକୁ ୩ କୋଟି ଟଙ୍କା ପ୍ରଦାନ କରିଥିଲେ। ତେବେ ୨୦୧୯ ଅକ୍ଟୋବରରେ ବିଏମ୍‌ସି ଲାଇଟ ଲଗାଇବା ବେଳେ ଜାତୀୟ ରାଜପଥ କର୍ତ୍ତ୍‌ୃପକ୍ଷ ଏଥିରେ ରୋକ୍‌ ଲଗାଇଥିଲେ। ବିଏମ୍‌ସି ପକ୍ଷରୁ ଏ ନେଇ ଏନ୍‌ଏଚଏଆଇକୁ ବାରମ୍ବାର ଚିଠି ଲେଖାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ମନ୍ତ୍ରୀ ଅଶୋକ ପଣ୍ଡା ଏହି ସମସ୍ୟାର ସମାଧାନ କରିବାକୁ ନୂଆଦିଲ୍ଲୀ ଯାଇ କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ସାକ୍ଷାତ କରି ଆଲୋଚନା କରିଥିଲେ। ଏହା ପରେ ୨୦୨୦ ମାର୍ଚ୍ଚ ମାସରେ ଖୁଣ୍ଟ ଉଚ୍ଚା ରଖିବା ସର୍ତ୍ତରେ ଏନ୍‌ଏଚଏଆଇ ଲାଇଟ ଲଗାଇବାକୁ ବିଏମ୍‌ସିକୁ ଅନୁମତି ଦେଇଥିଲେ। ଅଶୋକଙ୍କ ଉଦ୍ୟମ ଫଳରେ ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କର ବହୁଦିନର ଆଶା ସାକାର ହେବାକୁ ଯାଉଛି। ତେବେ ଏହାର ସମସ୍ତ ଶ୍ରେୟ ମୁଖ୍ୟମନ୍ତ୍ରୀଙ୍କର ବୋଲି ମନ୍ତ୍ରୀ ପଣ୍ଡା କହିଛନ୍ତି।
ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା, ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି କମିଶନର ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri