Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏହିଦିନ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’, ଜାରି କଲେ ଅଧିସୂଚନା…

ନୂଆଦିଲ୍ଲୀ,୧୨।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ଦେଶରେ ପ୍ରତିବର୍ଷ ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ସେ ଘୋଷଣା କରିଛନ୍ତି। ୧୯୭୫ ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଥିବାରୁ ଏହିଦିନକୁ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ। ତେବେ ଏନେଇ କେନ୍ଦ୍ର ସରକାର ମଧ୍ୟ ବିଜ୍ଞପ୍ତି ଜାରି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ସୋସିଆଲ ମିଡିଆରେ ପୋଷ୍ଟ କରି ଅମିତ ଶାହା କହିଛନ୍ତି, ୧୯୭୫ ଜୁନ ୨୫ର ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏକଛତ୍ରବାଦୀ ଶାସନ କରିଥିଲେ। ଦେଶ ଉପରେ ଜରୁରୀକାଳୀନ ପରିସ୍ଥିତି ଲଗାଇ ସେ ଆମ ଗଣତନ୍ତ୍ରର ଆତ୍ମାକୁ ମୂକ କରି ଦେଇଥିଲେ। ବିନା ଦୋଷରେ ଲକ୍ଷ ଲକ୍ଷ ଲୋକଙ୍କୁ ଜେଲରେ ରଖାଯାଇଥିଲା ଏବଂ ଗଣମାଧ୍ୟମର ସ୍ବରକୁ ମଧ୍ୟ ଚାପି ଦିଆଯାଇଥିଲା। ସେଥିପାଇଁ ଭାରତ ସରକାର ପ୍ରତିବର୍ଷ ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।

କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ୧୯୭୫ ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଥିଲା। ସେତେବେଳେର ସରକାରଙ୍କ ଦ୍ୱାରା କ୍ଷମତାର ଅପବ୍ୟବହାର କରାଯାଇଥିଲା ଏବଂ ଭାରତୀୟଙ୍କ ଉପରେ ଅତ୍ୟଧିକ ଅତ୍ୟାଚାର କରାଯାଇଥିଲା। ତେଣୁ ଏହାକୁ ମନେପକାଇବା ପାଇଁ ଏହି ଦିବସ ପାଳନ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri