Posted inଜାତୀୟ

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ଦେଇଛି। ଚେନାବ ନଦୀ ଉପରେ ୫୪୦ ମେଗାୱାଟ କାୱାର ହାଇଡ୍ରୋ ପ୍ରକଳ୍ପ ନିର୍ମାଣ ହେବ। ଏହି ପ୍ରକଳ୍ପ ପାଇଁ ୨୩,୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପ୍ରକଳ୍ପର ନିର୍ମାଣ ସ୍ଥାନୀୟ ଲୋକଙ୍କୁ ରୋଜଗାର ମଧ୍ୟ ଯୋଗାଇବ। ଏହା ବ୍ୟତୀତ ଆଜିର ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ସେହିପରି ପିଏମ ଷ୍ଟ୍ରିଟ ଭେଣ୍ଡର ଆତ୍ମନିର୍ଭର ନିଧି(ପିଏମ୍‌ ସ୍ବନିଧି) ବର୍ତ୍ତମାନ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। ଏହା ଅଧୀନରେ ସରକାର ସାତ ପ୍ରତିଶତ ସବସିଡିରେ ରାସ୍ତାକଡ଼ ବିକ୍ରେତାଙ୍କୁ ରୁଣ ପ୍ରଦାନ କରୁଛନ୍ତି। ଭେଣ୍ଡିଂ ଜୋନ ଗୁଡିକ ୫୮୦୦ରୁ ୧୦,୫୦୦କୁ ବୃଦ୍ଧି କରାଯାଇଛି। ଅନ୍ୟାନ୍ୟ ନିଷ୍ପତ୍ତି ବିଷୟରେ କହିବାକୁ ଗଲେ, ଦଶଟି ରାଜ୍ୟରେ ୨୫୪୨ ଟାୱାରକୁ ୨ଜିରୁ ୪ଜି କରାଯିବ। ଏହି ଟାୱାର ଦେଶର ଦଶଟି ରାଜ୍ୟରେ ଅଛି। ଏଥି ପାଇଁ ୨୪୨୬ କୋଟି ଟଙ୍କା ଆବଣ୍ଟନ କରାଯାଇଛି।
ଏହା ବ୍ୟତୀତ ସାର ସବସିଡି ବୃଦ୍ଧି କରିବାକୁ ସରକାର ଅନୁମୋଦନ କରିଛନ୍ତି ଏବଂ ୬୧,୦୦୦ କୋଟି ଟଙ୍କା ଅତିରିକ୍ତ ସବସିଡି ମଧ୍ୟ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କକୁ ୮୨୦ କୋଟି ଟଙ୍କା ଆର୍ଥିକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri