ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ବାତ୍ୟା ଦାନାର ପ୍ରଭାବ ଏଯାଏ ମନରୁ ଲିଭିନଥିବା ବେଳେ ଏବେ ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରରେ ପରିଣତ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ ତାରିଖରେ ସୃଷ୍ଟି ହେବ ବାତ୍ୟା । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଅବପାତ। ଏବେ ତାହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ଯାହାକି ଆସନ୍ତାକାଲି ବାତ୍ୟାର ରୂପ ନେବ। ଏବେ ତାହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି। ଏବେ ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇ ଠାରୁ ୭୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।

ତେବେ ବାତ୍ୟା ପ୍ରଭାବରେ ରାଜ୍ୟରେ ବଦଳିବ ପାଗ। ୨୮ ରୁ ରାଜ୍ୟରେ କୋହଲା ପାଗ । ୨୮ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ। ନଭେମ୍ବର ୨୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ହାଲୁକା ବର୍ଷା ହେବ। ଉପକୂଳ ସଂଲଗ୍ନ ଜିଲାରେ କୋହଲା ପାଗ ଦେଖିବାକୁ ମିଳିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦିନର ତାପମାତ୍ରାରେ ହ୍ରାସ ଘଟିବ। ୩୦ ଓ ୩୧ ରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri