ହଟିବ ସସ୍‌ପେନ୍ସ, ଭିନେଶଙ୍କୁ ପଦକ ମିଳିବା ନେଇ ଆଜି ରାତିରେ ହିଁ ଆସିବ ବଡ଼ ରାୟ

ନୂଆଦିଲ୍ଲୀ,୧୦ା୮: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ଆଜି ଅର୍ଥାତ୍‌ ରବିବାର ରାତିରେ ତାହାର ରାୟ ଆସିବ। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ ସ୍ବର୍ଣ୍ଣ ପଦକ ଜିତିବା ଆଶା ଧୂଳିସାତ୍‌ ହୋଇଯାଇଥିବା ବେଳେ ସେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ। ତେବେ ଆଜି ହିଁ ବଡ଼ ନିଷ୍ପତ୍ତି ଆସିବ। ଭାରତୀୟ ସମୟ ରାତି ୯ଟା ୩୦ରେ ଏହି ଶୁଣାଣି ହେବ। ପ୍ୟାରିସ୍‌ ପଟୁ ୪ ଜଣ ଓକିଲ ଉପସ୍ଥିତ ରହିବାକୁ ଥିବା ବେଳେ ଭିନେଶଙ୍କ ଓକିଲ ହରିଶ ସାଲ୍‌ଭେ ଏବଂ ବିଧୂସ୍ପତ ସିଂହାନଆ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।

ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ  ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ ତାରକା ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲେ। ହେଲେ ଦୁର୍ଭାଗ୍ୟବଶତଃ ମ୍ୟାଚ ପୂର୍ବରୁ ତାଙ୍କର ମାତ୍ର ୧୦୦ ଗ୍ରାମ ଓଜନ ବଢି ଯାଇଥିଲା। ଫଳରେ ତାଙ୍କୁ  ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ କରାଯାଇଥିଲା।

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ୟୁଡବ୍ଲ୍ୟୁଡବ୍ଲ୍ୟୁ ଆବେଦନ ସତ୍ତ୍ୱେ ଭିନେଶଙ୍କ ଅଯୋଗ୍ୟତା ପ୍ରତ୍ୟାହାର କରାଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲା।
ଭିନେଶ ଅଯୋଗ୍ୟ ଘୋଷିତ ହେବା ପରେ ଗୁରୁବାର ଅବସର ଘୋଷଣା କରିଥିଲେ। ସେ ତାଙ୍କ ପୋଷ୍ଟ ରେ ଲେଖିଥିଲେ, ମୋ’ କୁସ୍ତି ମୋ’ଠାରୁ ଜିତିଗଲା, ମୁଁ ହାରିଗଲି, ମୋତେ କ୍ଷମା କରିବ, ତୁମର ସ୍ବପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ତାଙ୍କର ଏହି ଅବସର ଘୋଷଣା ପରେ ସମଗ୍ର ଭାରତବାସୀଙ୍କ ହୃଦୟ ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri