ହଟିବ ସସ୍‌ପେନ୍ସ, ଭିନେଶଙ୍କୁ ପଦକ ମିଳିବା ନେଇ ଆଜି ରାତିରେ ହିଁ ଆସିବ ବଡ଼ ରାୟ

ନୂଆଦିଲ୍ଲୀ,୧୦ା୮: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ଆଜି ଅର୍ଥାତ୍‌ ରବିବାର ରାତିରେ ତାହାର ରାୟ ଆସିବ। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ ସ୍ବର୍ଣ୍ଣ ପଦକ ଜିତିବା ଆଶା ଧୂଳିସାତ୍‌ ହୋଇଯାଇଥିବା ବେଳେ ସେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ। ତେବେ ଆଜି ହିଁ ବଡ଼ ନିଷ୍ପତ୍ତି ଆସିବ। ଭାରତୀୟ ସମୟ ରାତି ୯ଟା ୩୦ରେ ଏହି ଶୁଣାଣି ହେବ। ପ୍ୟାରିସ୍‌ ପଟୁ ୪ ଜଣ ଓକିଲ ଉପସ୍ଥିତ ରହିବାକୁ ଥିବା ବେଳେ ଭିନେଶଙ୍କ ଓକିଲ ହରିଶ ସାଲ୍‌ଭେ ଏବଂ ବିଧୂସ୍ପତ ସିଂହାନଆ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।

ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ  ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ ତାରକା ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲେ। ହେଲେ ଦୁର୍ଭାଗ୍ୟବଶତଃ ମ୍ୟାଚ ପୂର୍ବରୁ ତାଙ୍କର ମାତ୍ର ୧୦୦ ଗ୍ରାମ ଓଜନ ବଢି ଯାଇଥିଲା। ଫଳରେ ତାଙ୍କୁ  ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ କରାଯାଇଥିଲା।

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ୟୁଡବ୍ଲ୍ୟୁଡବ୍ଲ୍ୟୁ ଆବେଦନ ସତ୍ତ୍ୱେ ଭିନେଶଙ୍କ ଅଯୋଗ୍ୟତା ପ୍ରତ୍ୟାହାର କରାଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲା।
ଭିନେଶ ଅଯୋଗ୍ୟ ଘୋଷିତ ହେବା ପରେ ଗୁରୁବାର ଅବସର ଘୋଷଣା କରିଥିଲେ। ସେ ତାଙ୍କ ପୋଷ୍ଟ ରେ ଲେଖିଥିଲେ, ମୋ’ କୁସ୍ତି ମୋ’ଠାରୁ ଜିତିଗଲା, ମୁଁ ହାରିଗଲି, ମୋତେ କ୍ଷମା କରିବ, ତୁମର ସ୍ବପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ତାଙ୍କର ଏହି ଅବସର ଘୋଷଣା ପରେ ସମଗ୍ର ଭାରତବାସୀଙ୍କ ହୃଦୟ ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?