Posted inଜାତୀୟ

ଚାରା ଦୁନୀତିର ଡୋରଣ୍ଡା ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ

ରାଞ୍ଚି,୧୫।୨: ଦେଶର ବହୁ ଚର୍ଚ୍ଚିତ ଚୋରା ଦୁର୍ନୀତିର ଡୋରଣ୍ଡା ମାମଲାରେ ରାଷ୍ଟୀୟ ଜନାତା ଦଳ(ଆରଜେଡି)ର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ମଙ୍ଗଳବାର ରାଞ୍ଚି ସ୍ଥିତ ସିବିଆଇର ସ୍ବତନ୍ତ୍ର କୋର୍ଟ ଲାଲୁଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ରାଞ୍ଚିର ଡୋରାଣ୍ଡା ଟ୍ରେଜେରୀରୁ ୧୩୯.୩୫କୋଟି ଟଙ୍କା ବେଆଇନ ଭାବେ ପ୍ରତ୍ୟାହାର କରାଯିବା ସହ ଜଡିତ ପଞ୍ଚମ ତଥା ଅନ୍ତିମ ମାମଲାରେ ଲାଲୁ ଯାଦବଙ୍କ ସମେତ ମୋଟ ୯୯ ଅଭିଯୁକ୍ତଙ୍କ ବିରୋଧରେ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଏହି ରାୟ ଶୁଣାଇଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ଦଣ୍ଡାଦେଶ ଘୋଷଣା କରାଯାଇ ନ ଥିବା ବେଳେ ଫେବୃଆରୀ ୨୧ରେ ତାଙ୍କ ଦଣ୍ଡ ଘୋଷଣା କରାଯିବ ବୋଲି ସୂଚନା ରହିଛି। ଯଦି ଦଣ୍ଡାଦେଶ ୩ବର୍ଷରୁ କମ୍‌ ହୁଏ, ତେବେ ଏଠାରୁ ଲାଲୁଙ୍କୁ ଜାମିନ ମିଳିଯାଇପାରେ। ଯଦି ଏଭଳି ନ ହୁଏ ତେବେ ସେ ହାଜତକୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଆମେ ନିମ୍ନ ଅଦାଲତର ଟ୍ରାକ ରେକର୍ଡକୁ ଦେଖିବା, ତେବେ ଲାଲୁ ଯାଦବଙ୍କୁ ଚାରା ଦୁର୍ନୀତି ମାମଲାରେ ୩ ବର୍ଷରୁ ଅଧିକ ଦଣ୍ଡିତ କରାଯାଇଛ। ଅପରପକ୍ଷେ ଏହି ମାମଲାରେ କୋର୍ଟ ଅନ୍ୟ ୨୪ଜଣଙ୍କୁ ନିର୍ଦ୍ଦୋଷରେ ମୁକ୍ତ କରିଥିବା ବେଳେ ୩୬ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୂଚନା ମୁତାବକ ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ଚାରା ଦୁର୍ନୀତିର ସବୁଠାରୁ ବଡ଼ ମାମଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri