Posted inଜାତୀୟ

କଂଗ୍ରେସ-ବିଆରଏସ ପରିବାରବାଦର ସବୁଠାରୁ ବଡ ପ୍ରତୀକ: ମୋଦି

ହାଇଦ୍ରାବାଦ୍‌,୧୨୬।୧୧: ନଭେମ୍ବର ୩୦ରେ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହାପୂର୍ବରୁ ଏଠାରେ ଭାଜପା ଜୋରଦାର ପ୍ରଚାର କରୁଛି। ଭାଜପାର ସାଧାରଣ ସଭାରେ ସମ୍ବୋଧିତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ମେଡକ ଏବଂ ଟୁପ୍ରାନରେ ପହଞ୍ଚିଥିଲେ। ସେ କଂଗ୍ରେସ ଏବଂ ଶାସକ ଭାରତ ରାଷ୍ଟ୍ର ସମିତି (ବିଆରଏସ)କୁ ଟାର୍ଗେଟ୍‌ କରିଥିଲେ। ସେ କହିଛନ୍ତି, ଦୁଇ ଦଳ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। କଂଗ୍ରେସ ଦେଶରେ ସୁଲତାନସାହିଙ୍କୁ ପ୍ରୋତ୍ସାହିତ କରୁଥିବାବେଳେ ବିଆରଏସ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ନିଜାମଶାହୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି।
ଟୁପ୍ରାନ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କଂଗ୍ରେସ ଏବଂ ବିଆରଏସ ହେଉଛି ପରିବାରବାଦର ସବୁଠାରୁ ବଡ ପ୍ରତୀକ। ବୋଫର୍ସ ଠାରୁ ଆରମ୍ଭ କରି ହେଲିକପ୍ଟର ସ୍କାମ ପର୍ଯ୍ୟନ୍ତ ସବୁ ଜିନିଷରେ ଲାଞ୍ଚ ନେବା କଂଗ୍ରେସର ସମ୍ପୂର୍ଣ୍ଣ ରେକର୍ଡ ରହିଛି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର୍‌ ମଧ୍ୟ ସ୍ବୀକାର କରିଛନ୍ତି ଯେ ତାଙ୍କ ବିଧାୟକମାନେ ୩୦% କମିଶନ ନିଅନ୍ତି। କଂଗ୍ରେସର ରାଜ ପରିବାରର ଅଧିକାଂଶ ଲୋକ ମଧ୍ୟ ଅନେକ ଦୁର୍ନୀତି ମାମଲାରେ ଜାମିନରେ ଅଛନ୍ତି। କେକେଆରଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଅନେକ ଦୁର୍ନୀତି ମାମଲାରେ ଯାଞ୍ଚ୍‌ କରାଯାଉଛି। ତେଣୁ ଏହି ଦୁଇ ଦଳଠାରୁ ସର୍ବଦା ଦୂରେଇ ରହିବା ଆବଶ୍ୟକ।

 

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri