ଆତଙ୍କ ଖେଳାଉଥିଲା ବିହାରୀ ନଟ୍‌ ଗ୍ୟାଙ୍ଗ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜଧାନୀରେ ବିଭିନ୍ନ ଥାନା ଅଞ୍ଚଳରେ ଲୁଟ୍‌ ସହ ଆତଙ୍କ ଖେଳାଉଥିବା ବିହାରୀ ନଟ୍‌ ଗ୍ୟାଙ୍ଗ ଶେଷରେ ଧରାପଡିଛି। ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ୨ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜଗଞ୍ଜ ଥାନା ଅଞ୍ଚଳର ବାଦଲ ଗୋୱାଲା (୩୪) ଓ ଅନିକେତ୍‌ ଦାସ(୨୨)। ସେମାନଙ୍କଠାରୁ ୧ ଲକ୍ଷ ୫୦ ହଜାର ୩୮୬ ଟଙ୍କା, ୨ ନକଲି ଭୋଟର ପରିଚୟପତ୍ର ଓ ୩ ମୋବାଇଲ ଫୋନ୍‌ ଜବତ କରାଯାଇଛି। ଶହୀଦନଗର ପୋଲିସ ମଙ୍ଗଳବାର ସେମାନଙ୍କୁ କୋର୍ଟ ଚାଲାଣ କରିବ। ଅଧିକ ତଦନ୍ତ ପାଇଁ ରିମାଣ୍ଡରେ ଅଣାଯିବ ବୋଲି କମିଶନରେଟ ପୋଲିସ ସୂଚନା ଦେଇଛି।
ତେବେ ପଚରାଉଚରା ଓ ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତଙ୍କଦ୍ୱୟ ବିହାରର କୋରହା ତଥା କାଟିହାରର କୁଖ୍ୟାତ ନଟ୍‌ ଗ୍ୟାଙ୍ଗର ସଦସ୍ୟ ବୋଲି ଜଣାପଡିଛି। ଏହି ଗ୍ୟାଙ୍ଗ୍‌ ସଦସ୍ୟମାନେ ସାରା ଦେଶରେ ଅପରାଧ ଘଟାଇଥାନ୍ତି। ଓଡ଼ିଶାରେ ଏହି ଗ୍ୟାଙ୍ଗର ୪ଜଣ ସଦସ୍ୟ ରହି ଲୁଟ୍‌ପାଟ କରୁଥିବାବେଳେ ଅନ୍ୟମାନଙ୍କୁ ଧରିବାକୁ ପୋଲିସ ଯୋଜନା କରିଛି। ଏମାନେ ସାଧାରଣତଃ ଚୋରା ବାଇକରେ ବୁଲିବୁଲି ଲୁଟ୍‌ କରୁଥିବାରୁ ସହଜରେ ଧରାପଡନ୍ତି ନାହିଁ। ତେବେ ଏମାନଙ୍କ ନାମରେ ଭୁବନେଶ୍ୱର ଖାରବେଳନଗର ଥାନାରେ ୨, ଶହୀଦନଗର ଓ ଚନ୍ଦ୍ରଶେଖରପୁର ଥାନାରେ ଗୋଟିଏ ଲେଖାଏ ମାମଲା ରହିଛି। ଏହାବ୍ୟତୀତ ଆସାମରେ ୧୫, ବିହାରରେ ୭ ଓ ପଶ୍ଚିମବଙ୍ଗରେ ଏକାଧିକ ମାମଲାରେ ଏମାନେ ସମ୍ପୃକ୍ତ ଥିବା ଜଣାପଡଛି। କମିଶନରେଟ ପୋଲିସ ଏହି ମାମଲାରେ ଅଧିକ ତଦନ୍ତ ପାଇଁ ସମ୍ପୃକ୍ତ ରାଜ୍ୟ ପୋଲିସ ସହ ଯୋଗାଯୋଗ କରିଛି।
କୋଲକାତା ଖସିଯାଉଥିଲେ, କୁଆଖିଆରୁ ଧରାପଡ଼ିଲେ
ରାଜଧାନୀରେ ସମାନ ଧରଣର ଲୁଟ୍‌ ବାରମ୍ବାର ହେବା ପରେ ଗୋଟିଏ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଥିଲା। ଉକ୍ତ ଗ୍ୟାଙ୍ଗ୍‌କୁ ଧରିବାକୁ ସ୍ପେଶାଲ ସ୍କ୍ବାଡ୍‌ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗଠିତ ପିଓପିଡି ଟିମ୍‌ ଓ ଟିମ୍‌-୬୦କୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରଥମେ ସିସିଟିଭି ଫୁଟେଜରୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ଗତିବିଧି ଉପରେ ନଜର ରଖାଯାଇଥିଲା। ପୋଲିସ ଟାର୍ଗେଟ୍‌ରେ ଥିବା ଜାଣିବା ପରେ ଅଭିଯୁକ୍ତଦ୍ୱୟ ସୋମବାର ସକାଳେ ଯାଜପୁର ଜିଲା କୁଆଖିଆରୁ ଗୋଟିଏ କାର୍‌ ଭଡ଼ା କରି କୋଲକାତା ହାଓ୍ବଡା ପଳାଇବାକୁ ଚେଷ୍ଟା କରୁଥିଲେ। ଏହା ଜାଣିବା ପରେ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରି ସେମାନଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri