ଦେବଗଡ଼ରୁ ଶୁଭାରମ୍ଭ ହେଲା ବିଜୁ ଯୁବ-ଛାତ୍ର ନେତୃତ୍ୱ ସମ୍ମିଳନୀ

ଦେବଗଡ଼,୧୦ା୧(ଡି.ଏନ.ଏ)- ଦେବଗଡ ଜିଲା ବିଜୁ ଜନତାଦଳ ଆନୁକୂଳ୍ୟରେ ଦେବଗଡ ସ୍ଥିତ ବସନ୍ତ ନିବାସ ଡାକବଙ୍ଗଳା ପରିସରରେ ଶନିବାର ବିଜୁ ଯୁବ-ଛାତ୍ର ନେତୃତ୍ୱ ସମ୍ମିଳନୀ ଅନୁଷ୍ଠିତ ହୋଯାଇଛି। ଦେବଗଡ ଜିଲା ବିଜେଡି ସଭାପତି ରୋମାଞ୍ଚରଞ୍ଜନ ବିଶ୍ୱାଳଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବିଜୁ ଯୁବ-ଛାତ୍ର ନେତୃତ୍ୱ ସମ୍ମିଳନୀରେ ଅତିଥି ଭାବେ ରାଜ୍ୟ ବିଜୁ ଯୁବ ଜନତାଦଳର ରାଜ୍ୟ ସଭାପତି ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ରାଜ୍ୟ ଛାତ୍ର ବିଜୁ ଜନତା ଦଳର ସଭାପତି ତଥା ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ,ରାଜ୍ୟ ବିଜେଡି ଯୁବବ୍ୟାପାର ସାଧାରଣ ସମ୍ପାଦକ ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ଓ ବିଜେଡି ଦେବଗଡ ଜିଲା ପର୍ଯ୍ୟବେକ୍ଷକ ନଳିନୀ କାନ୍ତ ପ୍ରଧାନ ପ୍ରମୁଖ ଯୋଗଦେଇ ଦଳ ଏବଂ ରାଜ୍ୟର ପ୍ରଗତି କ୍ଷେତ୍ରରେ ଛାତ୍ର ଏବଂ ଯୁବକ ମାନଙ୍କର ଗୁରୁତ୍ୱପୁର୍ଣ୍ଣ ଭୂମିକା ରହିଥିବା ପ୍ରକାଶ କରିଥିଲେ। ଏହି ଅବସରରେ ସେମାନେ ମୂଖ୍ୟମନ୍ତ୍ରୀ ତଥା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ହାତକୁ ନିଆଯାଇଥିବା ବିଭିନ୍ନ ଜନହିତକର ଯୋଜନା ଗୁଡିକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ଉପସ୍ଥିତ ନେତା ଓ କର୍ମୀ ମାନଙ୍କୁ ଆହ୍ବାନ ଦେଇଥିଲେ। ସେହିପରି ଦଳର କର୍ମୀମାନେ ସାଧାରଣ ଲୋକଙ୍କର ନିକଟତର ହୋଇ ଦଳକୁ ଆଗାମୀ ଦିନରେ ଅଧିକ ସୁଦୃଢ କରିବା ସହ ସମସ୍ତ ନିର୍ବାଚନରେ ଦଳୀୟ ପ୍ରାର୍ଥୀମାନଙ୍କୁ ବିଜୟୀ କରିବାକୁ ଆହ୍ବାନ ଦେଇଥିଲେ। ରାଜ୍ୟରେ ଶନିବାର ପ୍ରଥମଥର ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲାରେ ବିଜୁ ଯୁବଛାତ୍ର ନେତୃତ୍ୱ ସମ୍ମିଳନୀ ଆୟୋଜିତ ହେବ ବୋଲି ବିଜୁ ଯୁବ ଜନତାଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟ ପ୍ରକାଶ କଜରିଛନ୍ତି। କାର୍ଯ୍ୟକ୍ରମ ପୂର୍ବରୁ ଅତିଥିମାନେ ପୌର ପରିଷଦ ଶିଶୁ ଉଦ୍ୟାନ ସ୍ଥିତ ସ୍ବର୍ତତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଏକ ବିଶାଳ ଶୋଭାଯାତ୍ରାରେ ସଭା ସ୍ଥଳକୁ ଯାଇଥିଲେ ା ସେଠାରେ ବିଜୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଯୁବ ବିଜେଡିର ସମ୍ବଲପୁର ଜୋନ ସଭାପତି ମିଲନ କୁମାର ହୋତା, ଛାତ୍ର ବିଜୁ ଜନତାଦଳର ଜୋନାଲ ପର୍ଯ୍ୟବେକ୍ଷକ ସତିଶ ବିଶି, ଜିଲା ପରିଷଦ ସଦସ୍ୟା ନିଶାନୀ ବେହେରା, ରାଜ୍ୟ ବିଜେଡି କର୍ଯ୍ୟକାରୀନୀ ସଦସ୍ୟ ଇଂ. ସୁଜିତ କୁମାର ପ୍ରଧାନ,ଜିଲା ବିଜୁ କୃଷକ ସେଲ ସଭାପତି ଇଂ.ଚିତରଞ୍ଜନ ପ୍ରଧାନ, ନଗର ବଜେଡି ସଭାପତି ଶୁକଦେବ ଭଞ୍ଜ , ଜିଲା ଯୁବ ବିଜେଡି ସଭାପତି ପ୍ରତାପ କୁମାର ଦେବ, ନଗର ଯୁବ ବିଜେଡି ସଭାପତି ରୂପକ କୁମାର ମାଝୀ, ପୂର୍ବତନ ନଗର ବିଜେଡି ସଭାପତି କାମାକ୍ଷା ଗଙ୍ଗଦେବ, ତିଲେଇବଣି ବ୍ଲକ ବିଜେଡି ସଭାପତି ବାବୁଲାଲ ପୃଷେଠ, ରିଆମଳ ବ୍ଲକ ସଭାପତି ବୈକୁଣ୍ଠ ପାଇକରାୟ,କଲଣ୍ଡା ସରପଞ୍ଚ ସକୁନ୍ତଳା ପ୍ରଧାନ ଓ ଅରୁଣୀ ପ୍ରଧାନଙ୍କ ସମେତ ବହୁ ବିଜେଡି ନେତା ଓ କର୍ମୀ ଉପସ୍ଥିତ ଥିଲେ। ଅତିଥି ମାନେ ଦେବଗଡ ଜିଲାର ରିଆମାଳ ଠାରେ ପହଞ୍ଚିବା ପରେ ବିଜେଡି, ଯୁବ ବିଜେଡି ଓ ଛାତ୍ର ବିଜେଡି କର୍ମୀମାନେ ବିଭିନ୍ନ ସ୍ଲୋଗାନ ସହ ସେଠାରୁ ଏକ ବିଶାଳ ବାଇକ ଶୋଭାଯାତ୍ରାରେ ସ୍ବାଗତ କରି ଦେବଗଡ ପର୍ଯ୍ୟନ୍ତ ପାଛୋଟି ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri