‘ରାତି ଅଧିଆ ସୌମ୍ୟାଶ୍ରୀଙ୍କ ମରଶରୀରକୁ ପୁରୀରେ ଦାହ କରିବାକୁ ଯୋଜନା କରିଥିଲେ ସରକାର’

ଭୁବନେଶ୍ୱର,୧୫ା୭(ସୁନିତ୍‌ ମିଶ୍ର): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଶଙ୍ଖ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି, ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଓଡ଼ିଶାବାସୀଙ୍କୁ ସ୍ତବ୍ଧ କରିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସ୍ଥାନୀୟ ପୋଲିସ ପର୍ଯ୍ୟନ୍ତ କେହି ବି ସୌମ୍ୟାଶ୍ରୀଙ୍କ ଗୁହାରି ଶୁଣିଲେନାହିଁ। ଜଣେ ଝିଅର ନିର୍ଯାତନାକୁ ଅଣଦେଖା କରି ସରକାର ଉତ୍ସବ ମନାଇବାରେ ବ୍ୟସ୍ତ ରହିଲେ। ମୃତ୍ୟୁ ପରେ ପୋଲିସ ମାଧ୍ୟମରେ ମରଶରୀରକୁ ରାତିଅଧିଆ ପୁରୀ ନେଇ ଦାହକରିବାକୁ ସରକାର ଯୋଜନା କରିଥିଲେ। ସୌମ୍ୟାଶ୍ରୀଙ୍କ ପରିବାର ଏବଂ ଯୁବ ଓ ଛାତ୍ର ବିଜେଡିର ତୀବ୍ର ପ୍ରତିବାଦ ଫଳରେ ସରକାର ବାଧ୍ୟହୋଇ ତାଙ୍କ ନିଜ ଗାଁ ପଳାସିଆକୁ ମରଶରୀର ନେଇଥିଲେ।

ବିଧାୟକ ବ୍ୟୋମକେଶ ରାୟ କହିଛନ୍ତି, ସୌମ୍ୟାଶ୍ରୀଙ୍କ ପ୍ରତି ହୋଇଥିବା ଅବିଚାର ବିରୋଧରେ ରାଜ୍ୟବ୍ୟାପୀ ଯୁବ ଓ ଛାତ୍ର ବିଜେଡି ରାଜରାସ୍ତାକୁ ଓହ୍ଲାଇସାରିଛି। ଏହି ଆନ୍ଦୋଳନ ତୀବ୍ରତର ହେବ ଓ ଯେଉଁମାନେ ସୌମ୍ୟାଶ୍ରୀଙ୍କୁ ସୁରକ୍ଷା ଦେବା ବଦଳରେ ମୃତ୍ୟୁ ମୁହଁକୁ ଠେଲିଦେଇଛନ୍ତି, ସେମାନେ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ। ଛାତ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କାର କ୍ଷତିପୂରଣ ଦିଆଯାଉ ବୋଲି ସେ କହିଛନ୍ତି। ଏହି ଅବସରରେ ବିଜେଡି ନେତ୍ରୀ ଈପ୍ସିତା ସାହୁ କହିଛନ୍ତି, ସୌମ୍ୟାଶ୍ରୀ ଏବିଭିପିର ଜଣେ କର୍ମକର୍ତ୍ତା ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ସେହି ସଙ୍ଗଠନର ଚକ୍ରାନ୍ତ ଲାଗି ତାଙ୍କୁ ଆତ୍ମାହୁତି ଦେବାକୁ ପଡ଼ିଲା ବୋଲି ସେ କହିଛନ୍ତି। ଏହି ଅବସରରେ ଯୁବ ଜନତା ଦଳ ନେତା ଧୃତି ମାର୍ଥା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri