ଟ୍ରକ୍‌ ପଛପଟୁ ଧକ୍କାଦେଲା ବାଇକ୍‌, ୩ ମୃତ

ସେମିଳିଗୁଡ଼ା/ସୁନାବେଡ଼ା,୧୧।୧୧ (ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା: ନନ୍ଦପୁର ରୋଡ୍‌ ଜାନିଗୁଡ଼ାସ୍ଥିତ ସିତମ କଲେଜ ନିକଟ ରାସ୍ତାରେ ଗୁରୁବାର ସାରେ ଏକ ଟ୍ରକ୍‌-ବାଇକ୍‌ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସେମିଳିଗୁଡ଼ା ବ୍ଲକ ପିତାଗୁଡ଼ା ପଞ୍ଚାୟତ ଜଗମପୁଟ ଗାଁର ରାଜମିସ୍ତ୍ରି ଅଜୟ ଚପାଡ଼ି(୧୯), ଧନ ଦେଉଳପାଡ଼ିଆ (୩୦) ଓ ରବି ଦେଉଳପାଡ଼ିଆ(୨୪)। ମୃତକଙ୍କ ପରିବାର ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଥିଲେ। ଲୋକ ପ୍ରତିନିଧି ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ପରେ ଶୁକ୍ରବାର ସକାଳୁ ରାସ୍ତାରୋକୋ ହଟିଥିଲା।
ମୃତକ ଅଜୟ, ଧନ ଓ ରବି ସେମିଳିଗୁଡ଼ାରୁ କାମ ସାରି ବାଇକ (ଓଡି-୧୦ଜି-୭୯୧୧) ଯୋଗେ ଘରକୁ ଫେରୁଥିବା ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ମାଲ ବୋଝେଇ ଟ୍ରକ୍‌ (ଓଡି-୦୫ଏଜେ-୩୬୩୩)କୁ ସେମାନଙ୍କ ଗାଡ଼ି ଧକ୍କା ଦେଇଥିଲା। ଏଥିରେ ଅଜୟ, ଧନ ଓ ରବୀ ଆହତ ହୋଇଥିଲେ। ଖବର ପାଇ ସେମିଳିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ଉଦ୍ଧାରକରି କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିଲା। ସେ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ୨ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ସେଠାରେ ବିକ୍ଷୋଭ କରିଥିଲେ। ସେମିଳିଗୁଡ଼ା ଥାନାଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ର, ସୁନାବେଡ଼ା ଏସ୍‌ଡିପିଓ ମନୋଜ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଦୁର୍ଘଟଣା ଖବରପାଇ ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢ଼ୀ, ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡ଼ାମ ଓ ପ୍ରଫୁଲ୍ଲ ପାଙ୍ଗୀ, ସମିତି ସଭ୍ୟ ସୁନ୍ଦର କୁଳଦୀପ ଘଟଣାସ୍ଥଳରେ ପହଞ୍ଚତ୍ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ପୋଲିସ ବ୍ୟବେଚ୍ଛଦ କରି ମୃତଦେହ ପରିବାର ଲୋକଙ୍କୁ ପଠାଇବା ବ୍ୟବସ୍ଥା କରିବ ବୋଲି ଥାନାଧିକାରୀ କହିଛନ୍ତି। ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ପୋଲିସ ଜବତ କରିଛି। ସେମିଳିଗୁଡ଼ା ଥାନାରେ କେସ୍‌ ନଂ. ୧୭୩/୨୨ ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ସେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?