ଟ୍ରକ୍‌ ପଛପଟୁ ଧକ୍କାଦେଲା ବାଇକ୍‌, ୩ ମୃତ

ସେମିଳିଗୁଡ଼ା/ସୁନାବେଡ଼ା,୧୧।୧୧ (ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା: ନନ୍ଦପୁର ରୋଡ୍‌ ଜାନିଗୁଡ଼ାସ୍ଥିତ ସିତମ କଲେଜ ନିକଟ ରାସ୍ତାରେ ଗୁରୁବାର ସାରେ ଏକ ଟ୍ରକ୍‌-ବାଇକ୍‌ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସେମିଳିଗୁଡ଼ା ବ୍ଲକ ପିତାଗୁଡ଼ା ପଞ୍ଚାୟତ ଜଗମପୁଟ ଗାଁର ରାଜମିସ୍ତ୍ରି ଅଜୟ ଚପାଡ଼ି(୧୯), ଧନ ଦେଉଳପାଡ଼ିଆ (୩୦) ଓ ରବି ଦେଉଳପାଡ଼ିଆ(୨୪)। ମୃତକଙ୍କ ପରିବାର ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଥିଲେ। ଲୋକ ପ୍ରତିନିଧି ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ପରେ ଶୁକ୍ରବାର ସକାଳୁ ରାସ୍ତାରୋକୋ ହଟିଥିଲା।
ମୃତକ ଅଜୟ, ଧନ ଓ ରବି ସେମିଳିଗୁଡ଼ାରୁ କାମ ସାରି ବାଇକ (ଓଡି-୧୦ଜି-୭୯୧୧) ଯୋଗେ ଘରକୁ ଫେରୁଥିବା ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ମାଲ ବୋଝେଇ ଟ୍ରକ୍‌ (ଓଡି-୦୫ଏଜେ-୩୬୩୩)କୁ ସେମାନଙ୍କ ଗାଡ଼ି ଧକ୍କା ଦେଇଥିଲା। ଏଥିରେ ଅଜୟ, ଧନ ଓ ରବୀ ଆହତ ହୋଇଥିଲେ। ଖବର ପାଇ ସେମିଳିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ଉଦ୍ଧାରକରି କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିଲା। ସେ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ୨ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ସେଠାରେ ବିକ୍ଷୋଭ କରିଥିଲେ। ସେମିଳିଗୁଡ଼ା ଥାନାଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ର, ସୁନାବେଡ଼ା ଏସ୍‌ଡିପିଓ ମନୋଜ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଦୁର୍ଘଟଣା ଖବରପାଇ ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢ଼ୀ, ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡ଼ାମ ଓ ପ୍ରଫୁଲ୍ଲ ପାଙ୍ଗୀ, ସମିତି ସଭ୍ୟ ସୁନ୍ଦର କୁଳଦୀପ ଘଟଣାସ୍ଥଳରେ ପହଞ୍ଚତ୍ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ପୋଲିସ ବ୍ୟବେଚ୍ଛଦ କରି ମୃତଦେହ ପରିବାର ଲୋକଙ୍କୁ ପଠାଇବା ବ୍ୟବସ୍ଥା କରିବ ବୋଲି ଥାନାଧିକାରୀ କହିଛନ୍ତି। ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ପୋଲିସ ଜବତ କରିଛି। ସେମିଳିଗୁଡ଼ା ଥାନାରେ କେସ୍‌ ନଂ. ୧୭୩/୨୨ ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri