ଧରାପଡ଼ିଲା ପୋଲିସକୁ ନାକେଦମ କରିଥିବା ବାଇକ୍‌ ଚୋର

ବ୍ରହ୍ମପୁର ଅଫିସ,୧୯।୨: ବ୍ରହ୍ମପୁର ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବାଇକ୍‌ ଚୋରକୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ଦିଗପହଣ୍ଡି ଥାନା ଅଧୀନ ଗୋକର୍ଣ୍ଣପୁର ଗ୍ରାମର ଏଲ୍‌.ଶିବା ରେଡ଼ୀ(୨୨)। ପୋଲିସ ଟିମ୍‌ ଚୋରି ବାଇକର ଟ୍ରାକିଂ କରି ଅଭିଯୁକ୍ତ ଶିବାଙ୍କୁ କାବୁ କରିବାରେ ସଫଳ ହୋଇଥିଲା। ଶିବାଙ୍କ ବୟାନକୁ ଆଧାର କରି ପୋଲିସ ଗୋକର୍ଣ୍ଣପୁର ଗାଁରୁ ୪ଟି ଚୋରା ବାଇକ୍‌ ଜବତ କରିବା ସହ ବ୍ରହ୍ମପୁର ସହରର ବିଭିନ୍ନ ସ୍ଥାନରୁ ଲୁଚାଇ ରଖିଥିବା ଅନ୍ୟ ୫ଟି ବାଇକ୍‌କୁ ଜବତ କରିଛି। ପୋଲିସ ମୋଟ ୯ଟି ଚୋରି ବାଇକ୍‌ ଜବତ କରିଥିବା ଏଏସ୍‌ପି ପ୍ରଭାତ ରାଉତରାୟ ସୂଚନା ଦେଇଛନ୍ତି। ବୈଦ୍ୟନାଥପୁର ଥାନା ମାମଲା ନମ୍ବର ୩୧/୨୧ ଅନୁସାରେ ଶିବାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି।

ସୂଚନାଯୋଗ୍ୟ, ଜାନୁୟାରୀ ୩୧ ତାରିଖରେ ମେଡିକାଲ କ୍ୟାମ୍ପସ ପରିସରରୁ ଏକ ବାଇକ୍‌(ନଂ.ଓଆର୍‌-୦୭ଜେଡ୍‌-୨୭୭୮) ଚୋରି ହୋଇଯାଇଥିଲା। ଏନେଇ ବାଇକ୍‌ ଚାଳକ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଅନୁସନ୍ଧାନ ଆରମ୍ଭ କରିଥିଲା। ଏହିପରି ସହରର ଟାଉନ ଥାନା ଓ ଗୋଷାଣିନୂଆଗାଁ ଥାନା ଅଞ୍ଚଳରୁ ମଧ୍ୟ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଏହା ପୋଲିସ ପାଇଁ ଚାଲେଞ୍ଜ ହୋଇପଡିଥିଲା। ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀଙ୍କୁ ଏକ ସ୍ବତନ୍ତ୍ର ଟିମ୍‌ ଗଠିତ ହୋଇଥିଲା। ଉକ୍ତ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରି ଗୁରୁବାର ବିଳମ୍ବିତ ରାତିରେ ଶିବାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri