ଗଛରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍‌ ପିଟି ହେବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ଉକ୍ତ ଥାନା ସାଲେଜୁ ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ସାଲୁ (୧୮) ଏବଂ ଅଜିତ ପ୍ରଧାନଙ୍କ ପୁଅ ଅମିପ (୨୧) ବୋଲି ତଦନ୍ତକାରୀ ଅଧିକାରୀ ଜିତେନ୍ଦ୍ର ବେହରାଙ୍କ ସୁତ୍ରରୁ ଜଣାପଡ଼ିଛି। ସେହିପରି ଏଥିରେ ଉକ୍ତ ଗ୍ରାମର ମଦଡ଼ା ପ୍ରଧାନଙ୍କ ପୁଅ ରିଣ୍ଟୁ(୨୧) ଗୁରୁତର ହୋଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ୨ ମୃତଦେହ ଜବତ କରିଛି।

ପ୍ରକାଶ ଯେ, ସାଲେଜୁ ଗ୍ରାମର ସାଲୁ, ଅମିପ ଏବଂ ରିଣ୍ଟୁ ଏକ ବାଇକ୍‌ ନଂ (ଓଡି-୩୩ ଏ ୫୭୭୬)ରେ ଦାରିଙ୍ଗବାଡ଼ିରୁ ବୁଧବାର ଅପରାହ୍ନରେ ନିଜ ଗ୍ରାମ ସାଲେଜୁକୁ ଫେରୁଥିଲେ। ଏହି ସମୟରେ ଦ୍ରୁତଗତିରେ ଥିବା ବାଇକ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟିଥିଲା। ସ୍ଥାନୀୟ ଲୋକ ଦୁର୍ଘଟଣାରେ ଶିକାର ହୋଇଥିବା ୩ ଜଣଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri