ଗଛରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍‌ ପିଟି ହେବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ଉକ୍ତ ଥାନା ସାଲେଜୁ ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ସାଲୁ (୧୮) ଏବଂ ଅଜିତ ପ୍ରଧାନଙ୍କ ପୁଅ ଅମିପ (୨୧) ବୋଲି ତଦନ୍ତକାରୀ ଅଧିକାରୀ ଜିତେନ୍ଦ୍ର ବେହରାଙ୍କ ସୁତ୍ରରୁ ଜଣାପଡ଼ିଛି। ସେହିପରି ଏଥିରେ ଉକ୍ତ ଗ୍ରାମର ମଦଡ଼ା ପ୍ରଧାନଙ୍କ ପୁଅ ରିଣ୍ଟୁ(୨୧) ଗୁରୁତର ହୋଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ୨ ମୃତଦେହ ଜବତ କରିଛି।

ପ୍ରକାଶ ଯେ, ସାଲେଜୁ ଗ୍ରାମର ସାଲୁ, ଅମିପ ଏବଂ ରିଣ୍ଟୁ ଏକ ବାଇକ୍‌ ନଂ (ଓଡି-୩୩ ଏ ୫୭୭୬)ରେ ଦାରିଙ୍ଗବାଡ଼ିରୁ ବୁଧବାର ଅପରାହ୍ନରେ ନିଜ ଗ୍ରାମ ସାଲେଜୁକୁ ଫେରୁଥିଲେ। ଏହି ସମୟରେ ଦ୍ରୁତଗତିରେ ଥିବା ବାଇକ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟିଥିଲା। ସ୍ଥାନୀୟ ଲୋକ ଦୁର୍ଘଟଣାରେ ଶିକାର ହୋଇଥିବା ୩ ଜଣଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri