ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଯୁବକଙ୍କ ଖପୁରୀ ଦୁଇଫାଳ

କେନ୍ଦୁଝର,୨୫ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଝାଡ଼ବେଲଦା ନିକଟରେ ଶନିବାର ଏକ ବୋର୍‌ଓ୍ବେଲ ଟ୍ରକ୍‌ ପଛରେ ଜଣେ ବାଇକ୍‌ ପିଟିହୋଇ ଯୁବକଙ୍କ ଜୀବନ ଯାଇଛି। ମୃତକ ଯୁବକ ଜଣଙ୍କ ହେଲେ ପଣ୍ତାପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟାପଡ଼ା ଗ୍ରାମର ପ୍ରଫୁଲ୍ଲ ନାଏକଙ୍କ ପୁଅ ବସନ୍ତ(୨୭)।

ସୂଚନାନୁଯାୟୀ, ବସନ୍ତ ଟାଟାପାଓ୍ବାର ଇଲେକ୍ଟ୍ରି ବିଭାଗରେ କାର୍ଯ୍ୟ କରୁଥିଲେ। ବୋରଓ୍ବେଲ୍‌ ଗାଡ଼ି ପଛରେ ବାଇକ୍‌ ଧକ୍କା ହେବାରୁ ବସନ୍ତଙ୍କ ମୁଣ୍ତ ଖପୁରୀ ଦୁଇଫାଳ ହୋଇଯାଇଥିଲା। ତୁରନ୍ତ ଏନ୍‌ଏଚ୍‌ ଆଇ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ବସନ୍ତଙ୍କୁ ମୃତ ଘୋଷଣା କରିଥିଲେ। ସଦର ପୋଲିସ ଖବର ପାଇ ଦୁର୍ଘଟଣାଗ୍ରସ୍ତ ବାଇକ ଓ ବୋରଓ୍ବେଲ୍‌ ଉଭୟ ଗାଡ଼ି ଅଟକ ରଖି ତଦନ୍ତ ଚଳାଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିବାର ପକ୍ଷରୁ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ ଜୋନ୍‌ କୁଜୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri