କାଳ ହେଲା ଗାଡି ରେସିଂ: ପଥରରେ ପିଟି ହୋଇ ବାଇକ୍‌ ଚାଳକଙ୍କ ପ୍ରାଣଗଲା

ପାଟଣା, ୨୩ା୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା-କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲ୍‌ ପଟାସ ଜଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ପଡିଥିବା ଏକ ପଥରରେ ପିଟି ହୋଇ ଶୁକ୍ରବାର ସକାଳୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାମେଶ୍ୱରପୁର ଗ୍ରାମର ବିପିନ ବିହାରୀ ମୁଣ୍ଡା ଓରଫ ବିଶନ(୨୫)।
ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗରପଡାରୁ ୨ଜଣ ଯୁବକ ୫ଶହ ଟଙ୍କା ବାଜି ଲଗାଇ ଦୁଇଟି ବାଇକ୍‌ରେ ରେସିଂ କରୁଥିଲେ। ବିପିନଙ୍କ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ପଡିଥିବା ପଥରରେ ପିଟି ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ପାଟଣା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟଣା ପୋଲିସ ପକ୍ଷରୁ ଏଏସ୍‌ଆଇ ଶଙ୍କର ଆଲଦା ପହଞ୍ଚି ଏକ ଦୁର୍ଘଟଣା ମାମଲା(ନଂ.୧୫୪/୨୦) ରୁଜୁ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri