ନିର୍ବାଚନ ବେଳର ପ୍ରତିଶ୍ରୁତିକୁ ନେଇ ଜୋର୍‌ ଧରିଲା ବିଜେଡି-ଭାଜପା ରାଜନୀତି

ଭୁବନେଶ୍ବର,୨୦ା୨(ବ୍ୟୁରୋ): ପଦ୍ମପୁରକୁ ଜିଲା କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଏବେ ବି ଘୋଷଣାରେ ସୀମିତ। ଜିଲା ଘୋଷଣା କରିବାର ନିର୍ଦ୍ଧାରିତ ତାରିଖ ନ କହିବା ପଦ୍ମପୁରବାସୀଙ୍କ ପାଇଁ ପ୍ରତାରଣା ସଦୃଶ ନୁହେଁ କି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଗସ୍ତରେ ଯାଇ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀମାନଙ୍କୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ରବିବାର ପଦ୍ମପୁରଠାରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଶୁଣିଛନ୍ତି। ତାଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି। ୨୩ ବର୍ଷର ଶାସନ ଦାୟିତ୍ୱରେ ରହିବା ପରେ ପଦ୍ମପୁରର ପାଇକମାଳରେ ଥିବା ଗୋଟେ ପିଏଚ୍‌ସିକୁ ସିଏଚ୍‌ସିରେ ପରିଣତ କରି ଯାହା କହେ ତାହା କରେ ବୋଲି କହିବା କେତେ ଦୂର ଠିକ୍‌। ଏଥିରୁ ରାଜ୍ୟରେ ବିକାଶର ଚିତ୍ର ସ୍ପଷ୍ଟ ଅନୁମେୟ। ମୁଖ୍ୟମନ୍ତ୍ରୀ ବରଗଡ ଜିଲାରେ ୨ଟି ନିର୍ବାଚନମଣ୍ଡଳୀର ଦାୟିତ୍ୱ ନେଲା ପରେ ବି ବରଗଡ଼ ଜିଲାରୁ ବହୁ ଯୁବତୀ, ଯୁବକ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଓଡ଼ିଶା ରେଲ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର ଡେଭେଲପମେଣ୍ଟ ଲିମିଟେଡ ବରଗଡ ରୋଡ-ନୂଆପଡ଼ା ରେଳ ଲାଇନର ଦାୟିତ୍ୱ ଠିକ ଭାବେ ନିର୍ବାହ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଫସଲ ବୀମାରେ ଘରୋଇ କମ୍ପାନୀଙ୍କୁ ଆପଣ ସାମିଲ କରିଥିଲେ କି ନାହିଁ ଏବଂ ସୋହେଲାରେ ଚାଷୀଙ୍କ ପାଇଁ ଘୋଷଣା କରିଥିବା ୧୦୦ ଟଙ୍କା ବୋନସ ରାଜ୍ୟ ସରକାର ଦେଇଛନ୍ତି କି ବୋଲି ଧର୍ମେନ୍ଦ୍ର ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବରଗଡ଼ରେ ଜଳସେଚନ ପାଇଁ ଦେଇଥିବା ପ୍ରତିଶ୍ରୁତି କେବେ ପୂରଣ କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଟୁଇଟ୍‌ ଉପରେ ପ୍ରତିକ୍ରିୟା ରଖି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଧର୍ମେନ୍ଦ୍ର ଭାଇ, ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ଏବେ କେଉଁଠାରେ ଅଛି। ୨୦୧୪ ଏପ୍ରିଲ ୫ରେ ଏହାକୁ ଆପଣ ନିଜ ଦଳର ନିର୍ବାଚନୀ ଇସ୍ତାହାରରେ ଉଲ୍ଲେଖ କରିଥିଲେ। ନିର୍ବାଚନ ପୂର୍ବରୁ ଆପଣ ପ୍ରତିଶ୍ରୁତି ଦେଇ ପରେ ଏହା ଭୁଲିଗଲେ। ପଦ୍ମପୁର ଉପନିର୍ବାଚନ ପୂର୍ବରୁ ଆପଣ କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ନିର୍ବାଚନ ପରେ ଆପଣ ଭୁଲିଗଲେ। ଆପଣଙ୍କ ସ୍ମୃତିକୁ ସତେଜ କରିବା ପାଇଁ ବରଗଡରେ ପ୍ରଭୁ ନୃସିଂହନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା ସସ୍ମିତ କହିଛନ୍ତି। ସସ୍ମିତଙ୍କ ପ୍ରତିକ୍ରିୟାର ଜବାବରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ମୁଖ୍ୟମନ୍ତ୍ରୀ ଯେଉଁଠି ଉପନିର୍ବାଚନ ହୁଏ ସେଠାର ଦାୟିତ୍ୱ ସେ ନେଉଛନ୍ତି ବୋଲି କୁହନ୍ତି, ଧାମନଗରରେ ମଧ୍ୟ ସେମିତି କହିଥିଲେ। ସେହି ଦାୟିତ୍ୱର ସ୍ଥିତି ଏବେ କ’ଣ ବୋଲି ସୂର୍ଯ୍ୟବଂଶୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri