ନିର୍ବାଚନ ବେଳର ପ୍ରତିଶ୍ରୁତିକୁ ନେଇ ଜୋର୍‌ ଧରିଲା ବିଜେଡି-ଭାଜପା ରାଜନୀତି

ଭୁବନେଶ୍ବର,୨୦ା୨(ବ୍ୟୁରୋ): ପଦ୍ମପୁରକୁ ଜିଲା କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଏବେ ବି ଘୋଷଣାରେ ସୀମିତ। ଜିଲା ଘୋଷଣା କରିବାର ନିର୍ଦ୍ଧାରିତ ତାରିଖ ନ କହିବା ପଦ୍ମପୁରବାସୀଙ୍କ ପାଇଁ ପ୍ରତାରଣା ସଦୃଶ ନୁହେଁ କି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଗସ୍ତରେ ଯାଇ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀମାନଙ୍କୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ରବିବାର ପଦ୍ମପୁରଠାରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଶୁଣିଛନ୍ତି। ତାଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି। ୨୩ ବର୍ଷର ଶାସନ ଦାୟିତ୍ୱରେ ରହିବା ପରେ ପଦ୍ମପୁରର ପାଇକମାଳରେ ଥିବା ଗୋଟେ ପିଏଚ୍‌ସିକୁ ସିଏଚ୍‌ସିରେ ପରିଣତ କରି ଯାହା କହେ ତାହା କରେ ବୋଲି କହିବା କେତେ ଦୂର ଠିକ୍‌। ଏଥିରୁ ରାଜ୍ୟରେ ବିକାଶର ଚିତ୍ର ସ୍ପଷ୍ଟ ଅନୁମେୟ। ମୁଖ୍ୟମନ୍ତ୍ରୀ ବରଗଡ ଜିଲାରେ ୨ଟି ନିର୍ବାଚନମଣ୍ଡଳୀର ଦାୟିତ୍ୱ ନେଲା ପରେ ବି ବରଗଡ଼ ଜିଲାରୁ ବହୁ ଯୁବତୀ, ଯୁବକ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଓଡ଼ିଶା ରେଲ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର ଡେଭେଲପମେଣ୍ଟ ଲିମିଟେଡ ବରଗଡ ରୋଡ-ନୂଆପଡ଼ା ରେଳ ଲାଇନର ଦାୟିତ୍ୱ ଠିକ ଭାବେ ନିର୍ବାହ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଫସଲ ବୀମାରେ ଘରୋଇ କମ୍ପାନୀଙ୍କୁ ଆପଣ ସାମିଲ କରିଥିଲେ କି ନାହିଁ ଏବଂ ସୋହେଲାରେ ଚାଷୀଙ୍କ ପାଇଁ ଘୋଷଣା କରିଥିବା ୧୦୦ ଟଙ୍କା ବୋନସ ରାଜ୍ୟ ସରକାର ଦେଇଛନ୍ତି କି ବୋଲି ଧର୍ମେନ୍ଦ୍ର ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବରଗଡ଼ରେ ଜଳସେଚନ ପାଇଁ ଦେଇଥିବା ପ୍ରତିଶ୍ରୁତି କେବେ ପୂରଣ କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଟୁଇଟ୍‌ ଉପରେ ପ୍ରତିକ୍ରିୟା ରଖି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଧର୍ମେନ୍ଦ୍ର ଭାଇ, ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ଏବେ କେଉଁଠାରେ ଅଛି। ୨୦୧୪ ଏପ୍ରିଲ ୫ରେ ଏହାକୁ ଆପଣ ନିଜ ଦଳର ନିର୍ବାଚନୀ ଇସ୍ତାହାରରେ ଉଲ୍ଲେଖ କରିଥିଲେ। ନିର୍ବାଚନ ପୂର୍ବରୁ ଆପଣ ପ୍ରତିଶ୍ରୁତି ଦେଇ ପରେ ଏହା ଭୁଲିଗଲେ। ପଦ୍ମପୁର ଉପନିର୍ବାଚନ ପୂର୍ବରୁ ଆପଣ କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ନିର୍ବାଚନ ପରେ ଆପଣ ଭୁଲିଗଲେ। ଆପଣଙ୍କ ସ୍ମୃତିକୁ ସତେଜ କରିବା ପାଇଁ ବରଗଡରେ ପ୍ରଭୁ ନୃସିଂହନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା ସସ୍ମିତ କହିଛନ୍ତି। ସସ୍ମିତଙ୍କ ପ୍ରତିକ୍ରିୟାର ଜବାବରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ମୁଖ୍ୟମନ୍ତ୍ରୀ ଯେଉଁଠି ଉପନିର୍ବାଚନ ହୁଏ ସେଠାର ଦାୟିତ୍ୱ ସେ ନେଉଛନ୍ତି ବୋଲି କୁହନ୍ତି, ଧାମନଗରରେ ମଧ୍ୟ ସେମିତି କହିଥିଲେ। ସେହି ଦାୟିତ୍ୱର ସ୍ଥିତି ଏବେ କ’ଣ ବୋଲି ସୂର୍ଯ୍ୟବଂଶୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?