ହେଭିଓ୍ବେଟ୍‌ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି। ଜିଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ କେଡିଆ ରହିଛନ୍ତି। ସେହିପରି ବ୍ରଜରାଜନଗର ପୌରାଞ୍ଚଳରେ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା କମିଶନ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି।

ବେଲପାହାଡ଼ ପୌରାଞ୍ଚଳ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବିଧାୟକ ଚନ୍ଦ୍ର ସାରଥୀ ବେହେରା କଣ୍ଢେଇକେଲା ଓ ରେମତା ପଞ୍ଚାୟତ ଦାୟିତ୍ୱ, ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ, ଚାରପାଲି ଓ ପିଥିଣ୍ଡା, ବିଧାୟକ ରଜେନ୍ଦ୍ର କନକତୋରା ଓ ବାଦିମାଲ ଜିପି, ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଅତାବିରା ଓ ଭିକମପାଲି ପଞ୍ଚାୟତ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପଞ୍ଚଗାଁ ଓ ପଲସଦା, ବିଧାୟକ ରୋହିତ ପୂଜାରୀଙ୍କୁ ମଚିଦା ଓ କତରବଗା ପଞ୍ଚାୟତ ଦାୟିତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri