ଭୋଟରଙ୍କୁ ମନ୍ଦିରରେ ଶପଥ କରାଉଛନ୍ତି ବିଜେଡି ନେତା

ଭୁବନେଶ୍ୱର, ୧୫।୪(ସୁନିତ୍‌ ମିଶ୍ର):ବିଜେଡି ଦୀର୍ଘଦିନ ଶାସନରେ ରହିବା ପରେ ମଧ୍ୟ ଭ୍ରଷ୍ଟାଚାର, ବ୍ୟଭିଚାର, ଲୋକଙ୍କ ବିଶ୍ୱାସ, ହୀନ ରାଜନୀତି କରିବାରେ ସୀମା ଉଲ୍ଲଂଘନ କରିଆସିଛି। ଏନେଇ ଭାଜପା ବାରମ୍ବାର ଅଭିଯୋଗ କରିଛି। ହେଲେ ଏଥର ବିଜେଡି ଧର୍ମୀୟ ଭାବନା ସହ ଖେଳ କରି ଲୋକଙ୍କୁ ମାନସିକ ଆଘାତ ଦେଉଛି। ହିନ୍ଦୁମାନେ ଦେବଦେବୀଙ୍କୁ ନିଜ ପ୍ରାଣଠାରୁ ଅଧିକ ଗୁରୁତ୍ୱ ଦେଇଥାନ୍ତି, କିନ୍ତୁ ବିଜେଡି ନିଜର ହୀନ ଚକ୍ରାନ୍ତକୁ ଚରିତାର୍ଥ କରିବା ପାଇଁ ଭୋଟରଙ୍କୁ ନେଇ ମନ୍ଦିରରେ ଶପଥ କରାଇ ଭୋଟ ଦେବାକୁ ପ୍ରବର୍ତ୍ତାଉଛି ବୋଲି ଭାଜପା ଅଭିଯୋଗ କରିଛି। ଭାଜପାର ଏକ ପ୍ରତିନିଧି ଦଳ ଅଭିଯୋଗ କରିଛି ଯେ, ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚେୟାରମ୍ୟାନ ସନତ ଦାସ ଗତକାଲି ଅଞ୍ଚଳବାସୀଙ୍କୁ ମନ୍ଦିର ଡାକିଥିଲେ। ଭଗବାନଙ୍କ ସାମ୍ନାରେ ଶପଥ କରାଇ ବିଜେଡିକୁ ଭୋଟ ଦେବାକୁ କହିଥିଲେ, ଯାହା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରୁଛି। ମୁଖ୍ୟମନ୍ତ୍ରୀଙ୍କ ଖୋଦ୍‌ ନିର୍ବାଚନମଣ୍ଡଳୀରେ ଲୋକଙ୍କ ଧର୍ମୀୟ ଭାବନା ସହ ଖେଳ ଖେଳା ଯାଉଛି। ପୂର୍ବରୁ ବିଜେଡି ନିର୍ବାଚନ ଜିତିବା ପାଇଁ ପ୍ରଶାସନ ଅଧିକାରୀ ଓ ସରକାରୀ କର୍ମଚାରୀଙ୍କୁ ଦଳୀୟ ପ୍ରଚାର କାର୍ଯ୍ୟରେ ଲଗାଉଥିଲା। ଏଥର ନିର୍ବାଚନ ଦୁର୍ନୀତିରେ ଆଉ ପାଦେ ଆଗକୁ ଯାଇଛି ବିଜେଡି। ଏଥର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କରାଇବାରେ ଲଗାଇଛି, ଯାହା ନିର୍ବାଚନ ଆଚରଣ ବିଧିର ଘୋର ଉଲ୍ଲଂଘନ କରୁଛି ବୋଲି ଭାଜପା ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri