ଦିଲ୍ଲୀ ଯାଇଥିବା ବିଜେଡି ନେତା ମୋତେ ଭେଟି ନାହାନ୍ତି କହିଲେ…

ଭୁବନେଶ୍ୱର,୯।୩: ରାଜ୍ୟରେ ବିଜେଡି-ଭାଜପା  ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚାଜୋର ଧରିଥିବା ବେଳେ  ଭାଜପା ଏନେଇ କୌଣସି ଆଲୋଚନା ହୋଇ ନ ଥିବା କହୁଛି। ଭାଜପା ସଭାପତି ମନମୋହନ  ସାମଲଙ୍କ ପରେ ସମାନ କଥା କହିଛନ୍ତି ଭାଜପା ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟ ପାଲ୍‌ ସିଂ ତୋମର । ସେ ମେଣ୍ଟ ନେଇ କୌଣସି ଚର୍ଚ୍ଚା ହୋଇ ନ ଥିବା  ଦୋହରାଇଛନ୍ତି।
ଏପର୍ଯ୍ୟନ୍ତ ସେଭଳି କୌଣସି ଆଲୋଚନା ହୋଇ ନାହିଁ।  ଆମେ ରାଜ୍ୟର ସବୁ ସିଟ୍‌ରେ ଲଢ଼ିବୁ । ଏନେଇ ଆମେ ପ୍ରସ୍ତୁତି ଜାରି ରଖିଛୁ। ବିଧାନସଭାରେ ୮୦ରୁ ଅଧିକ ସିଟ୍‌  ପାଇ ସରକାର ଗଢ଼ିବୁ । ଲୋକ ସଭାରେ ୧୬ରୁ ଅଧିକ ସିଟ୍‌ରେ ବିଜୟୀ ହେବୁ। ଦିଲ୍ଲୀ ଯାଇଥିବା  ଦୁଇ ବିଜେଡି ନେତାଙ୍କ ସମ୍ପର୍କରେ ପଚାରିବାରୁ ମୋତେ କେହି ଭେଟି ନ ଥିବା ସେ କହିଛନ୍ତି। ମେଣ୍ଟ କଥା ଯିଏ କହୁଛି ତାକୁ ପଚାର ବୋଲି କହିଛନ୍ତି ତୋମର।
ଶୁକ୍ରବାର  ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ରଖିଥିଲେ ମନମୋହନ ସାମଲ। ଦିଲ୍ଲୀ ଗସ୍ତ ସମୟରେ ଓଡ଼ିଶାରେ ମେଣ୍ଟ ହେବା ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଥିଲେ।
ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। କେନ୍ଦ୍ରରେ ଏବଂ ରାଜ୍ୟରେ ଭାଜପା କିପରି ସରକାର ଗଠନ କରିବ ସେନେଇ ଆଲୋଚନା ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri