କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟର ଆଶାକର୍ମୀମାନଙ୍କର ଦରମା ବୃଦ୍ଧି ନେଇ ନୂଆଦିଲ୍ଲୀର ନିର୍ମାଣ ଭବନ କାର୍ଯ୍ୟାଳୟରେ ଶୁକ୍ରବାର ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ୫ ଜଣ ବିଜେଡି ଏମ୍‌ପି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ସାକ୍ଷାତ୍‌ କରି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏମ୍‌ପି ମହେଶ ସାହୁ, ପ୍ରମିଳା ବିଶୋଇ, ମଞ୍ଜୁଲତା ମଣ୍ଡଳ, ଚନ୍ଦ୍ରାଣୀ ମୁର୍ମୁ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଆଶାକର୍ମୀମାନଙ୍କୁ ବେତନ ଓ ସରକାରୀ ମାନ୍ୟତା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସହିତ ପ୍ରାୟ ୨ଘଣ୍ଟା ଧରି ଆଲୋଚନା କରିଥିଲେ। କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ସୁବାସ ସିଂ କହିଥିଲେ, କରୋନା ସମୟରେ ଆଶାକର୍ମୀ ନିଜ ଜୀବନକୁ ବିପନ୍ନ କରି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଉଛନ୍ତି। ଦିନକୁ ୧୫ଘଣ୍ଟା କାମ କରି ମଧ୍ୟ ମାସକୁ ୫ହଜାର ଟଙ୍କା ମିଳୁନାହିଁ। ଏହାଦ୍ୱାରା ଆଶାକର୍ମୀଙ୍କ ସାମାଜିକ ଓ ଅର୍ଥନୈତିକ ନିରାପତ୍ତା ତଥା ସୁରକ୍ଷା ବିପନ୍ନ ହେଉଛି। ସେମାନଙ୍କର ସାମାଜିକ ଓ ଅର୍ଥନୈତିକ ସୁରକ୍ଷା ସହିତ ପେନ୍‌ସନ, ପିଲାଙ୍କ ପାଠପଢ଼ା, ଗସ୍ତ ଖର୍ଚ୍ଚ ତଥା ମାସକୁ ୧୮ହଜାର ଟଙ୍କା ଦରମା ଯୋଗାଇ ଦେବା ନିହାତି ଜରୁରୀ ବୋଲି ସିଂ ଦର୍ଶାଇଛନ୍ତି। ବିଜେଡି ଏମ୍‌ପି ସୁବାସ ସିଂ ଗୃହର ଶୂନ୍ୟକାଳରେ ଆଶାକର୍ମୀମାନଙ୍କୁ ସରକାରୀ ମାନ୍ୟତା ଓ ସପ୍ତମ ବେତନ କମିଶନ ଦେବା ପାଇଁ ବାରମ୍ବାର ଦାବି କରି ଆସିଛନ୍ତି। ଚଳିତ ଶୀତ ଅଧିବେଶନରେ ସଂସଦ ଗୃହକାର୍ଯ୍ୟ ପ୍ରାୟତଃ ମୁଲତବୀ ରହୁଥିବାରୁ ଗୃହର ଶୂନ୍ୟକାଳରେ ଆଶାକର୍ମୀଙ୍କୁ ସପ୍ତମ ବେତନ କମିଶନରେ ମାସିକ ୧୮ହଜାର ଟଙ୍କା ଲାଗୁ ଓ ସରକାରୀ ମାନ୍ୟତା ଦାବି ପ୍ରସଙ୍ଗ ଉଠିପାରି ନ ଥିଲା। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀର୍ଘଦିନ ଧରି କେନ୍ଦ୍ରକୁ ଆଶାକର୍ମୀଙ୍କ ବେତନ ବୃଦ୍ଧି ଓ ସରକାରୀ କର୍ମଚାରୀ ମାନ୍ୟତା ପ୍ରଦାନ କରିବା ପାଇଁ ପତ୍ର ଲେଖି ଆସୁଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାର ବର୍ତ୍ତମାନ ଆଶାକର୍ମୀଙ୍କ ବେତନକୁ ୬୦ ପ୍ରତିଶତ ଦେଉଥିବାବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ପ୍ରଦାନ କରୁଛନ୍ତି। ଓଡ଼ିଶା ସରକାର ଆଶାକର୍ମୀଙ୍କୁ ମାସକୁ ୧ହଜାର ଟଙ୍କା ଅତିରିକ୍ତ ସହାୟତା ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri