ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):  ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ ହତ୍ୟାକାରୀଙ୍କୁ ସରକାର ସୁରକ୍ଷା ଦେଇ ଚାଲିଛନ୍ତି। ଏହା ପରେ ନବୀନବାବୁ ଚୁପ୍‌ ରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଓଡ଼ିଶା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଅଭିଯୋଗ କରିଛନ୍ତି।
ଶନିବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାରରୁ ଦେଶକୁ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିିଛନ୍ତି। ଓଡ଼ିଶାର ଜନତା କୁଶାସକଙ୍କୁ ଗାଦିରୁ ହଟାଇ ସୁଶାସନ ପାଇଁ ଆଗାମୀ ଦିନରେ ଭାଜପାକୁ ସୁଯୋଗ ଦେବାକୁ ପୁରନ୍ଦେଶ୍ୱରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ସେ ପୁଣି କହିଛନ୍ତି, ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି କଚ୍ଚାଘରକୁ ପକ୍କା କରିବା ନେଇ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇ ଭୋଟ ହାତେଇଥିଲା। ଏହାସତ୍ତ୍ୱେ ଆଜି ବି ଗରିବ ଲୋକଟିଏ ପକ୍କାଘର ପାଇବାରୁ ବଞ୍ଚିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ଏବେ ବି ୨ ଲକ୍ଷ ଘର ନିର୍ମାଣ ହେବା ପାଇଁ ବାକି ରହିଛି। ଗରିବ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛନ୍ତି। ମୋଦି ନାଁ ନେଇଯିବା ଭୟରେ ରାଜ୍ୟ ସରକାର ଓଡ଼ିଶାରେ ଏହାକୁ ଲାଗୁ କରୁନାହାନ୍ତି। ସେହିପରି ରାଜ୍ୟବାସୀଙ୍କୁ ପାଇପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ୧୨୫୦ ପଞ୍ଚାୟତରେ ଉପଯୁକ୍ତ ପାନୀୟଜଳ ମିଳୁନାହିଁ। ୧୫୦୦ ପଞ୍ଚାୟତରେ ପାଇପ୍‌ଲାଇନ ପହଞ୍ଚି ନାହିଁ। ଏବେ କେତେ ଘରକୁ ପାନୀୟ ଜଳ ଯୋଗାଇ ଦିଆଯାଇଛି ତାହାର ଉତ୍ତର ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଆଗରେ ରଖନ୍ତୁ ବୋଲି ସେ କହିଛନ୍ତି।
ଦୀର୍ଘ ୨୦ ବର୍ଷ ଶାସନରେ ମୁଖ୍ୟମନ୍ତ୍ରୀ କେତେ ଲକ୍ଷ ହେକ୍ଟର ଜମିକୁ ପାଣି ଯୋଗାଇଛନ୍ତି ତାହା ରାଜ୍ୟବାସୀଙ୍କ ଆଗରେ ସ୍ପଷ୍ଟ କରନ୍ତୁ। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ମହିଳା ଓ ନାବାଳିକା ବଳାତ୍କାର ଏବଂ ହତ୍ୟା ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ଓଡ଼ିଶାରେ ବିଗତ କିଛିମାସ ମଧ୍ୟରେ ୫୩୦୩ ଶିଶୁ ନିଖୋଜ ହେଲେଣି। ପୋଲିସ ପ୍ରଶାସନର ଅବହେଳା ଏବଂ ତଦନ୍ତରେ ଶିଥିଳତା ପାଇଁ ପ୍ରତ୍ୟେକ ଦିନ ଶିଶୁମାନଙ୍କ ସହ ଆପରାଧିକ ଘଟଣା ବଢିବାରେ ଲାଗିଛି ବୋଲି ସେ କହିଛନ୍ତି।
ଖବରଦାତା ସମ୍ମିଳନୀରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ରବି ନାଏକ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାର ଏବଂ ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା

Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri