କେନ୍ଦ୍ର ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ସଂସଦୀୟ ଟିମ୍‌

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନ କିଣାକୁ ନେଇ ବିଧାନସଭାରେ ଗତ ୩ ଦିନ ଧରି ଅଚଳାବସ୍ଥା ଜାରି ରହିଥିବା ବେଳେ ସୋମବାର ବିଜେଡି ସଂସଦୀୟ ଦଳର ଏକ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ସାକ୍ଷାତ୍‌ କରିଛନ୍ତି। ଧାନ ଉଠାଇବା ଓ ବକେୟା ଅର୍ଥ ଦେବାକୁ ଏହି ପ୍ରତିନିଧି ମଣ୍ଡଳୀ ମନ୍ତ୍ରୀଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି। ଏହି ଦାବିକୁ କେନ୍ଦ୍ର ସରକାରଙ୍କ ନିକଟରେ ଉପସ୍ଥାପନ କରିବା ସହ ଓଡ଼ିଶାର ଦାବିକୁ ପୂରଣ କରିବା ଦିଗରେ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ଗୋଏଲ ପ୍ରତିନିଧିମଣ୍ଡଳୀଙ୍କୁ ଆଶ୍ୱାସନା ଦେଇଛନ୍ତି।
କୋଭିଡ୍‌-୧୯ ମହାମାରୀ ସମୟରେ ଆର୍ଥିକ ଅବସ୍ଥାକୁ ପୁନର୍ଜୀବିତ କରିବା କ୍ଷେତ୍ରରେ କୃଷି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏହି କ୍ଷେତ୍ରକୁ ଆର୍ଥିକ ଦୁର୍ଗତିରୁ ବଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କ ସମ୍ପୂର୍ଣ୍ଣ ସହଯୋଗର ଆବଶ୍ୟକତା ରହିଛି। ଧାନ ସଂଗ୍ରହ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା। ଲକ୍ଷ ଲକ୍ଷ ଚାଷୀଙ୍କଠାରୁ ରାଜ୍ୟ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଜରିଆରେ ଧାନ କ୍ରୟ କରୁଛନ୍ତି। ତେଣୁ ଚାଷୀମାନଙ୍କୁ ସେମାନଙ୍କର ଅର୍ଥ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ ପ୍ରଦାନ କରାଯାଉଛି। ବର୍ତ୍ତମାନ ଓଡ଼ିଶାରେ ଖରିଫ ଧାନ ସଂଗ୍ରହ ଜୋରସୋରରେ ଚାଲିଛି। ଓଡ଼ିଶା ଯୋଗାଣ ନିଗମ ଧାନ ସଂଗ୍ରହ କରିବାକୁ ୧୯ ହଜାର କୋଟି ଟଙ୍କାର ଋଣ କରିଛି। ଏହି ସଂସ୍ଥା ପାଇବାକୁ ଥିବା ପ୍ରୋଭିଜନାଲ ଓ ଆଡଭାନ୍ସଡ ସବ୍‌ସିଡି ୫,୬୧୬ କୋଟି ଟଙ୍କା ବକେୟା ରହିଛି। ସବ୍‌ସିଡି ଟଙ୍କା ମିଳୁ ନ ଥିବାରୁ ନିଗମ ଉପରେ ଋଣ ଓ ସୁଧ ବୋଝ ବଢି ଚାଲିଥିବାବେଳେ ନିଗମକୁ ୧୭୨୧.୧୬ କୋଟି ଟଙ୍କା କ୍ଷତି ସହିବାକୁ ପଡିଛି। ସେହିପରି ରାଜ୍ୟର ବଳକା ଉଷୁନା ଚାଉଳକୁ ନେବାକୁ ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ରାଜି ହେଉ ନାହିଁ। ଏଫ୍‌ସିଆଇ ୧୭ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ନେବାକୁ ଥିବା ବେଳେ ଆହୁରି ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ବଳକା ରହୁଛି। ବଳକା ଚାଉଳର ମୂଲ୍ୟ ପ୍ରାୟ ୪୧୬୦ କୋଟି ଟଙ୍କା ହେବ। ତୁରନ୍ତ ସବ୍‌ସିଡି ଅର୍ଥ ପ୍ରଦାନ କରିବା ସହ ବଳକା ଚାଉଳ ଉଠାଇବାକୁ ପ୍ରତିନିଧିମଣ୍ଡଳୀ କେନ୍ଦ୍ରମନ୍ତ୍ରୀ ଗୋଏଲଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri