ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା, ଛାତ୍ର ସଭାପତି ସୁଶାନ୍ତ ବେହେରା ସଭାପତି ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ବିଧାୟିକା ସୁବାସିନୀ ଜେନାଙ୍କ ନିଲମ୍ବନକୁ ବିରୋଧ କରି ଦଳ ଛାଡ଼ିଥିବା କୁହାଯାଉଛି। ଶନିବାର ମଧ୍ୟ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି ବିଜେଡି ସଭାପତି ପଦ ସହ ଦଳ ଛାଡ଼ିଥିଲେ।

 

Dharitri – Odisha’s No.1 Odia Daily

Share