ବିଜେଡି ରାଜ୍ୟ କାର୍ଯ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପ୍ରଥମ ଥର ଲାଗି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ। ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନୂଆ ରୂପ ଦେବାଲାଗି ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାଯୀ ରଥଯାତ୍ରା ଅବସରରେ ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶୁଭ ଦେବେ ବୋଲି ସୂଚନା ମିଳିଛି। ସେହି ଅନୁଯାୟୀ ଦଳୀୟ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ସଜ୍ଜାଯାଇଛି। ସକାଳ ୯ଟା ୩୦ରେ ମୁଖ୍ୟମନ୍ତ୍ରୀ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚି ଭିତ୍ତିପ୍ରସ୍ତର ଦେବାକୁ ଥିବାବେଳେ ବହୁତ କମ୍‌ ସଦସ୍ୟଙ୍କୁ ନେଇ ଏହି କାର୍ଯ୍ୟକ୍ରମ କରାଯିବ। କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ବିଶେଷ ଗହଳି କରାଯିବ ନାହିଁ ବୋଲି ଜଣାପଡିଛି। ଗତବର୍ଷ ଅର୍ଥାତ୍‌ ୨୦୨୦ ମାର୍ଚ୍ଚ ୫ ତାରିଖ ବିଜେଡି ପ୍ରତିଷ୍ଠା ଦିବସ ଅବସରରେ ଶେଷଥର ଲାଗି ମୁଖ୍ୟମନ୍ତ୍ରୀ ଦଳୀୟ କାର୍ଯ୍ୟାଳୟକୁ ଆସିଥିଲେ। ଏହାପରଠାରୁ ସେ ବିଭିନ୍ନ କାର୍ଯ୍ୟକ୍ରମ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଆସୁଛନ୍ତି। ଏପରି ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଗତ ବର୍ଷକ ମଧ୍ୟରେ ହୋଇଥିବା ଉପନିର୍ବାଚନ, ଦଳୀୟ, ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେଇ ଆସୁଛନ୍ତି। ହେଲେ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଗହଳି ନ ହେବା ଲାଗି ହାତଗଣତି କିଛି ଟାଣୁଆ ନେତାଙ୍କୁ ଦେଖିବାକୁ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri