ନିର୍ବାଚନ କମିଶନଙ୍କୁ ଭେଟିଲେ ଭାଜପା, ବିଜେଡି

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଜରିଆରେ ଭୋଟ ହାତେଇବାର ହୀନ ଉଦ୍ଦେଶ୍ୟ ସାମ୍ନାକୁ ଆସିଛି ା ଶାସକ ଦଳର ପ୍ରତ୍ୟକ୍ଷ ପ୍ରରୋଚନାରେ ପ୍ରିଜାଇଡିଂ ଅଫିସରମାନେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ କାର୍ଯ୍ୟ କରୁଛନ୍ତି। ଜୋରଜବରଦସ୍ତ ସେମାନଙ୍କ ପାଇଁ ଭୋଟ ମଧ୍ୟ କରାଉଛନ୍ତି ା
ବଲାଙ୍ଗୀର ଜିଲା ପାଟଣାଗଡ଼ ଅନ୍ତର୍ଗତ ବେଲପଡ଼ା ଜୋନ୍‌-୧୪ର ବାଗଡୋର ପଞ୍ଚାୟତର ଏକ ବୁଥ୍‌ର ପ୍ରିଜାଇଡିଂ ଅଫିସର ଏସ୍‌.ମହାଲିଙ୍ଗ ଖୋଲାଖୋଲି ବିଜେଡି ସପକ୍ଷରେ ଭୋଟ ଦେବା ଲାଗି ଭୋଟରଙ୍କୁ ପ୍ରବର୍ତ୍ତାଉଛନ୍ତି ା ଏହା ସମ୍ପୂର୍ଣ୍ଣ ଭାବେ ଅଗଣତାନ୍ତ୍ରିକ ଓ ଦଣ୍ଡନୀୟ ା ତେଣୁ ସେହି ପ୍ରିଜାଇଡିଂ ଅଫିସରଙ୍କୁ ତୁରନ୍ତ ଚାକିରିରୁ ବହିଷ୍କାର କରାଯାଇ ଅନ୍ୟ ଜଣଙ୍କୁ ଦାୟିତ୍ୱ ପ୍ରଦାନ କରିିବାକୁ ଭାଜପା ପକ୍ଷରୁ ଦାବି କରାଯାଇଛି। ସେହିପରି ଶାସନ କ୍ଷମତାର ଅପବ୍ୟବହାର ପରେ ଧମକଚମକ, ଭୟଭୀତ କରାଇ ଜୋରଜବରଦସ୍ତ ଭୋଟ ହାତେଇବାର ପ୍ରୟାସ ବିଜେଡି ଜାରି ରଖିଛି। ଏଭଳି ଘଟଣା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଏବଂ କେନ୍ଦୁଝର ଜିଲା ଘଟଗାଁରେ ଦେଖିବାକୁ ମିଳିଛି ା ଏ ସମସ୍ତ ଅଭିଯୋଗ ନେଇ ଭାଜପା ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ଜଣାଇଛି ା
ପକ୍ଷରୁ ମଧ୍ୟ ଅନୁରୂପ ଭାବେ ନିର୍ବାଚନ କମିଶନଙ୍କ ନିକଟରେ ସମାନ ଅଭିଯୋଗ କରାଯାଇଛି। ବିଜେଡିର ଏକ ପ୍ରତିନିଧି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି, ରାଜ୍ୟର ବିଭିନ୍ନ ସ୍ଥାନରେ ଭାଜପାର ହିଂସ୍ର ଆଚରଣ ଓ ଉଚ୍ଚାରଣ ଦେଖିବାକୁ ମିଳିଛି। ଅବିଭକ୍ତ ସମ୍ବଲପୁରରେ ଜୟନାରାୟଣ ମିଶ୍ରଙ୍କ ଆକ୍ରମକ ଆଚରଣ ପାଇଁ ତାଙ୍କୁ ପ୍ରଚାରରୁ ବାଦ୍‌ ଦେବାକୁ ଦାବି କରିଛି। ସେହିପରି ଗଜପତି, ପିପିଲିରେ ହୋଇଥିବା ହିଂସାକାଣ୍ଡର ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଗିରଫ କରିବା ପାଇଁ ମଧ୍ୟ ଦାବି ହୋଇଛି। ପୁରୀ, ଢେଙ୍କାନାଳ, ଅନୁଗୋଳ, ଡେଲାଙ୍ଗ, କଣାସରେ ମଧ୍ୟ ନିର୍ବାଚନ ସମୟରେ ହିଂସାକାଣ୍ଡ ଦେଖିବାକୁ ମିଳିଛି। ଭାଜପା ହାରିବା ଭୟରେ ହିଂସାକାଣ୍ଡ ଘଟାଉଥିବା ବିଜେଡି ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?