କାଶୀପୁର ଝାଡ଼ାବାନ୍ତିରେ ୧୪ଜଣଙ୍କ ମୃତ୍ୟୁ ହେଲାଣି, ଗୃହ କମିଟି ଗଠନ କରି ଅନୁଧ୍ୟାନ କରାଯାଉ: ବିରୋଧୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଦେଖାଯାଇଥିବା ଝାଡ଼ାବାନ୍ତିରେ ୯ଜଣ ନୁହେଁ ବରଂ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଉତ୍କଳ ଆଲୁମିନା କମ୍ପାନୀର ଦୂଷିତ ଜଳ ମିଶା ପାନୀୟ ଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୨ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହି ଘଟଣାର ପ୍ରତ୍ୟେକ୍ଷ ଅନୁଧ୍ୟାନ କରିବା ଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ଗୃହ କମିଟି କାଶୀପୁରକୁ ପଠାଯାଉ ବୋଲି ବିରୋଧୀ ବିଧାନସଭାରେ ଦାବି କରିଛନ୍ତି।

ଉଭୟ ଭାଜପା ଏବଂ କଂଗ୍ରେସ ଝାଡ଼ାବାନ୍ତି ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ଟିମ୍‌ ପରିସ୍ଥିତିର ଅନୁଧ୍ୟାନ ପାଇଁ ପଠାଯାଉ ବୋଲି କହିଥିଲେ। ଗୃହର ଉଦ୍‌ବେଗକୁ ଦେଖି ବାଚସ୍ପତି କହିଥିଲେ ଯେ ବିଭିନ୍ନ ଅଞ୍ଚଳର ପରିବେଶ ସମ୍ପର୍କିତ ସମସ୍ୟା ଦେଖିବା ଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ଗୃହ କମିଟି ରହିଛି। ଏହା କହିବା ବେଳେ ବିରୋଧୀ କଂଗ୍ରେସ ଓ ଭାଜପାର ସଦସ୍ୟମାନେ କହିଥିଲେ ଯେ, ସେହି ଗୃହ କମିଟି କିଛି ଅନୁଧ୍ୟାନ କରୁନାହିଁ। ଆଉ ଗୋଟିଏ କମିଟି ଗଠନ କରାଯାଉ। ବାଚସ୍ପତି ଏନେଇ ରୁଲିଂ ଦିଅନ୍ତୁ। ବାଚସ୍ପତି କହିଲେ,ମୋ ରୁଲିଂକୁ ମୁଁ ରିଜର୍ଭ(ସଂରକ୍ଷିତ) ରଖୁଛି। ଠିକ୍‌ ସମୟରେ ପଦକ୍ଷେପ ନେବି। ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ନ କରି ଗୃହକାର୍ଯ୍ୟରେ ଯୋଗଦାନ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri