ଆରମ୍ଭ ହେଲା ଭାଜପା, ବିଜେଡି ପକ୍କାଘର ଲଢ଼େଇ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୨ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମସ୍ତ ଗରିବ ଲୋକଙ୍କୁ ପକ୍କାଘର ଯୋଗାଇଦେବା ଲକ୍ଷ୍ୟନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାର୍ଯ୍ୟ କରୁଛନ୍ତି। କିନ୍ତୁ ରାଜ୍ୟ ସରକାର ଏଠି ପାତରଅନ୍ତର ନୀତି ଆପଣାଇ କେବଳ ଦଳୀୟ କର୍ମୀଙ୍କୁ ପକ୍କାଘର ଯୋଗାଇ ଚାଲିଛନ୍ତି। ଏଥିରେ ପ୍ରାୟ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି। ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଖଣ୍ଡେ ନ ମିଳିବା ପର୍ଯ୍ୟନ୍ତ ଭାଜପା ଲଢ଼େଇ ଜାରି ରଖିବ ବୋଲି ଦଳ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ସମ୍ପର୍କରେ ଭାଜପା ପଦାଧିକାରୀ ଏବଂ ବିଧାୟକମାନେ ଓଡ଼ିଶାର ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଏମ୍‌ପିମାନେ ବିଭାଗୀୟ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ସ୍ମାରକପତ୍ର ଦେବା ସହ ଏ ନେଇ ଆଲୋଚନା କରିଥିଲେ। କିଛିଦିନ ତଳେ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ ୫ଟି ଜିଲାର ୯ ବ୍ଲକର ସମୀକ୍ଷା କରିବା ସମୟରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିଛି। ତେବେ ଆବାସ ଯୋଜନାରେ ପାଖାପାଖି ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହା ବିରୋଧରେ ଆସନ୍ତା ୭,୮ ଓ ୯ ତାରିଖରେ ରାଜ୍ୟର ସବୁ ବ୍ଲକ ସାମ୍ନାରେ ଭାଜପା ପକ୍ଷରୁ ପ୍ରତିବାଦ କରାଯିବ ବୋଲି ସମୀର କହିଛନ୍ତି।
ଭାଜପାକୁ ସମାଲୋଚନାକରି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଓଡ଼ିଶାରେ ହତାଶ ହୋଇପଡ଼ିଥିବା ଭାଜପା କର୍ମୀଙ୍କ ମନୋବଳ ବଢ଼ାଇବା ପାଇଁ ତାଙ୍କ ସଭାପତି ବହୁ କଷ୍ଟ କରୁଛନ୍ତି। ବର୍ତ୍ତମାନ ହତୋତ୍ସାହିତ କର୍ମୀଙ୍କୁ ଉସତ୍ାହିତ କରିବା ପାଇଁ ଆଉ ଗୋଟିଏ ଦୁର୍ବଳ ପ୍ରୟାସ କରୁଛନ୍ତି। ଗୋଟିଏ ପଟେ ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କେନ୍ଦ୍ର ସରକାର ଓଡ଼ିଶାକୁ ପୁରସ୍କୃତ କରୁଥିବା ବେଳେ ଅନ୍ୟପଟେ ସମୀର ଗ୍ରାମାଞ୍ଚଳ ଗୃହ ନିର୍ମାଣ କ୍ଷେତ୍ରରେ ଓଡ଼ିଶାର ସଫଳ କାର୍ଯ୍ୟକୁ ବଦନାମ କରିବାକୁ ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri