ବଢ଼ି ଚାଲିଛି ବିଜେଡିି- ଭାଜପା ଆରୋପ ପ୍ରତ୍ୟାରୋପ

ଭଦ୍ରକ ଅଫିସ,୨୭ା୧୦: ଧାମନଗର ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ଭାଜପା-ବିଜେଡ଼ି ମଧ୍ୟରେ ଆରୋପ ପ୍ରତ୍ୟାରୋପ ବଢ଼ି ଚାଲିଛି। ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଲୋଭିତ କରୁଥିବା ନେଇ ଉଭୟ ଦଳ ପରସ୍ପର ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛନ୍ତି। ମିଶନ ଶକ୍ତି ମହିଳାଙ୍କ ଦ୍ୱାରା ମହିଳା ଭୋଟରଙ୍କୁ ଟଙ୍କା ବଣ୍ଟା ଯାଉଛି ବୋଲି ଭାଜପା କରିଥିବା ଅଭିଯୋଗକୁ ବୁଧବାର ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ଖଣ୍ଡନ କରାଯାଇଛି। ଭଦ୍ରକର ଏକ ହୋଟେଲରେ ଅନୁଷ୍ଠିତ ସମ୍ମିଳନୀରେ ରାଜ୍ୟସଭା ଏମ୍‌ପି ମାନସ ମଙ୍ଗରାଜ, ଭଦ୍ରକ ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ବଳବନ୍ତରାୟ, ମୁଖପାତ୍ର ଗୌତମବୁଦ୍ଧ ଦାଶ ଓ ଅମିତ ମଲ୍ଲିକ ପ୍ରମୁଖ ଯୋଗଦେଇ ଧାମନଗରରେ ଭାଜପା ମିଶନ ଶକ୍ତି ମହିଳାଙ୍କ ନାମରେ ଯେଉଁ ମିଛ ଅଭିଯୋଗ କରି ବଦନାମ କରୁଛି ଉପନିର୍ବାଚନରେ ମହିଳାମାନେ ଏହାର ଜବାବ ଦେବେ ବୋଲି କହିଥିଲେ। ପିପିଲି,ବାଲେଶ୍ୱର,ବିଜେପୁର ଉପନିର୍ବାଚନ ଭଳି ଧାମନଗରରେ ଏହାର ପୁନରାବୃତ୍ତି ହେବ। ବିଜେଡ଼ି ସରକାରରେ ଧାମନଗରରେ ବହୁ ବିକାଶ ମୂଳକ କାର୍ଯ୍ୟ କରାଯାଇଛି। ଏହି ବିକାଶ ଆଧାରରେ ଧାମନଗରବାସୀ ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସଙ୍କୁ ବହୁ ଭୋଟରେ ଜିତାଇବେ। ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ନିର୍ମଳ ଭାବମୂର୍ତ୍ତି ନିକଟରେ ଭାଜପାର ମିଥ୍ୟା ଅପପ୍ରଚାର କିଛି କାମ କରିବ ନାହିଁ ବୋଲି କହିଥିଲେ। ଜଣେ ମିଶନ ଶକ୍ତିର ମହିଳାଙ୍କୁ ଉପନିର୍ବାଚନରେ ପ୍ରାର୍ଥୀ କରାଇ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନ ଦେଇଛନ୍ତି। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବିଜେଡ଼ି ଭୋଟକୁ ପ୍ରଭାବିତ କରିପାରିବେ ନାହିଁ ବୋଲି ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ରାଜ୍ୟସଭା ଏମ୍‌ପି ମଙ୍ଗରାଜ କହିଥିଲେ। ଏହି ସମ୍ମିଳନୀକୁ ଅତୀଶ ବେହେରା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?