Posted inରାଜ୍ୟ

ଚାକିରି କରାଇଦେବାକୁ କହି ଠକି ଦେଲେ ଭାଜପା ଜିଲା ସମ୍ପାଦକ

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦ୍ରମନ୍ତ୍ରୀଙ୍କ ପାଖ ଲୋକ। ଚାକିରି କରାଇଦେବି। ଏଭଳି କହି ୪୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ଆସିଛି କେନ୍ଦୁଝର ଜିଲା ଭାଜପା ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାରଙ୍କ ନାଁରେ। ଆନନ୍ଦପୁର ଥାନାରେ ଏହି ମାମଲା(ନଂ.୧୫୬/୨୧) ରୁଜୁ ହୋଇଛି। ତଦନ୍ତ ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ।

ଅଭିଯୋଗ ଅନୁଯାୟୀ, ୨୦୧୯ରେ ଚାକିରି କରାଇଦେବାକୁ କହି ମହେଶ୍ୱର ସାହୁ (୪୦ ହଜାର ଟଙ୍କା) ଓ ଶକ୍ତିପ୍ରସାଦ ନାଥ (୨୦ହଜାର)ଙ୍କଠାରୁ ଟଙ୍କା ନେଇଥିଲେ ଭାଜପା ସମ୍ପାଦକ ଜ୍ଞାନରଞ୍ଜନ। ଅନ୍ୟପକ୍ଷେ ଏଭଳି ଅଭିଯୋଗକୁ ଅସ୍ବୀକାର କରି ସବୁ ପ୍ରକାର ତଦନ୍ତର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ବୋଲି ଜ୍ଞାନରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri