Posted inଜାତୀୟ

ନନ୍ଦିଗ୍ରାମ ପାଇଁ ଶୁଭେନ୍ଦୁଙ୍କୁ ଟିକେଟ ଦେଲା ଭାଜପା

କୋଲକାତା,୬।୩: ପଶ୍ଚିମବଙ୍ଗ ବିଧାନସଭାର ୨ଟି ପର୍ଯ୍ୟାୟ ର୍ନିବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ମାର୍ଚ୍ଚ ୨୭ ଏବଂ ଏପ୍ରିଲ ୧ରେ ହେବାକୁ ଥିବା ପ୍ରଥମ ୨ଟି ପର୍ଯ୍ୟାୟ ର୍ନିବାଚନରେ ଭାଜପାର ୫୭ ପ୍ରାର୍ଥୀ ଲଢେଇ କରିବେ। ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରୁ ଆରମ୍ଭ ହେଉଥିବା ର୍ନିବାଚନ ପ୍ରକ୍ରିୟା ୮ଟି ପର୍ଯ୍ୟାୟରେ କରାଯିବ। ଶେଷ ପର୍ଯ୍ୟାୟ ଏପ୍ରିଲ ୨୯ରେ ହେବ। ମେ’ ୨ରେ ଫଳାଫଳ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୫ଟି ଜିଲାର ୩୦ଟି ଆସନ ଓ ଦ୍ୱିତୀୟ ପର୍ଯ୍ୟାୟରେ ୪ଟି ଜିଲାର ୩୦ଟି ଆସନ ପାଇଁ ର୍ନିବାଚନ ହେବ। ଭାଜପା ୬୦ ଆସନରୁ ୫୭ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏନେଇ ସାଧାରଣ ସମ୍ପାଦକ ଅରୁଣ ସିଂହ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କମିଟିର ଅନୁମୋଦନ କ୍ରମେ ପ୍ରଥମ ୨ଟି ପର୍ଯ୍ୟାୟ ର୍ନିବାଚନ ପାଇଁ ୫୭ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ନନ୍ଦିଗ୍ରାମ ପାଇଁ ଭାଜପା ଶୁଭେନ୍ଦୁ ଅଧିକାରୀଙ୍କୁ ଟିକେଟ ଦେଇଛି। ଏଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶୁଭେନ୍ଦୁଙ୍କ ଲଢେଇ ହେବ। ୨୦୧୧ରୁ ଶୁଭେନ୍ଦୁ ଏହି ଆସନରୁ ଟିଏମ୍‌ସି ଟିକେଟରେ ଜିତି ଆସୁଥିଲେ। ତେବେ ଗତ ଡିସେମ୍ବରରେ ସେ ଟିଏମ୍‌ସି ଛାଡି ଭାଜପା ହାତ ଧରିଥିଲେ। ଶୁଭେନ୍ଦୁଙ୍କୁ ଟକ୍କର ଦେବାକୁ ଟିଏମ୍‌ସି ସୁପ୍ରିମୋ ମମତା ତାଙ୍କ ପାରମ୍ପରିକ ଆସନ ଭବାନୀପୁର ବଦଳରେ ନନ୍ଦିଗ୍ରାମରେ ଲଢେଇ କରିବେ ବୋଲି ଘୋଷଣା କରିଥିଲେ। ଶୁକ୍ରବାର ଟିଏମ୍‌ସି ପ୍ରାର୍ଥୀ ଘୋଷଣା କରିଥିଲା। ଏଥିରେ ମମତା ନନ୍ଦିଗ୍ରାମରୁ ନିର୍ବାଚନ ଲଢିବେ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri