ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ଏହି ୨ ଦିନ ଚାଷୀଙ୍କ ସହ ଭାଜପା କାର୍ଯ୍ୟକର୍ତ୍ତାମାନେ ରାଜ୍ୟର ସମସ୍ତ ଧାନମଣ୍ଡି ଆଗରେ ଧାରଣା ଦେଇ ରାଜରାସ୍ତା ରୋକିବା ସହ ସ୍ଥାନୀୟ ସିଏସ୍‌ଓ(ସିଭିଲ ସପ୍ଲାଏ ଅଫିସ) କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବେ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇବା ଦାବିରେ ଆସନ୍ତା ୭,୮ ଏବଂ ୯ ତାରିଖରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ଭାଜପା ପକ୍ଷରୁ ପ୍ରତିବାଦ କରାଯିବ ବୋଲି ସମୀର ଆହ୍ବାନ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ପ୍ରୟୋଗଶାଳା ହେଉଛି ଓଡ଼ିଶା। ଓଡ଼ିଶାର ଗରିବ, ଅସହାୟ, ଚାଷୀ ଏବଂ ତୃଣମୂଳସ୍ତରରେ ଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ବ୍ୟାପକ ଅର୍ଥ ପଠାଉଛନ୍ତି। ଦୁର୍ଭାଗ୍ୟର ବିଷୟ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ଯୋଗୁ କେନ୍ଦ୍ରୀୟ ଅନୁଦାନ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନାହିଁ। ବିଶେଷକରି ଚାଷୀଙ୍କୁ ରାଜ୍ୟ ସରକାର ପ୍ରତାରଣା କରିଚାଲିଛନ୍ତି। ସେହିପରି ୨୦୨୨ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କାଘର ଯୋଗାଇଦେବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାର କାର୍ଯ୍ୟ କରୁଛନ୍ତି। କିନ୍ତୁ ରାଜ୍ୟ ସରକାର ପାତରଅନ୍ତର ନୀତି ଆପଣାଇ କେବଳ ଦଳୀୟ କର୍ମୀଙ୍କୁ ପକ୍କାଘର ଯୋଗାଇ ଚାଲିଛନ୍ତି। ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ବଞ୍ଚିତ ହେଉଛନ୍ତି। ୨୦୨୨ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗରିବ ଲୋକ ପାଖରେ ପକ୍କାଘର ନ ପହଞ୍ଚାଇପାରିଲେ ବିଜେଡି ସରକାର ଦାୟୀ ରହିବ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri