ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ଏହି ୨ ଦିନ ଚାଷୀଙ୍କ ସହ ଭାଜପା କାର୍ଯ୍ୟକର୍ତ୍ତାମାନେ ରାଜ୍ୟର ସମସ୍ତ ଧାନମଣ୍ଡି ଆଗରେ ଧାରଣା ଦେଇ ରାଜରାସ୍ତା ରୋକିବା ସହ ସ୍ଥାନୀୟ ସିଏସ୍‌ଓ(ସିଭିଲ ସପ୍ଲାଏ ଅଫିସ) କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବେ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇବା ଦାବିରେ ଆସନ୍ତା ୭,୮ ଏବଂ ୯ ତାରିଖରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ଭାଜପା ପକ୍ଷରୁ ପ୍ରତିବାଦ କରାଯିବ ବୋଲି ସମୀର ଆହ୍ବାନ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ପ୍ରୟୋଗଶାଳା ହେଉଛି ଓଡ଼ିଶା। ଓଡ଼ିଶାର ଗରିବ, ଅସହାୟ, ଚାଷୀ ଏବଂ ତୃଣମୂଳସ୍ତରରେ ଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ବ୍ୟାପକ ଅର୍ଥ ପଠାଉଛନ୍ତି। ଦୁର୍ଭାଗ୍ୟର ବିଷୟ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ଯୋଗୁ କେନ୍ଦ୍ରୀୟ ଅନୁଦାନ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନାହିଁ। ବିଶେଷକରି ଚାଷୀଙ୍କୁ ରାଜ୍ୟ ସରକାର ପ୍ରତାରଣା କରିଚାଲିଛନ୍ତି। ସେହିପରି ୨୦୨୨ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କାଘର ଯୋଗାଇଦେବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାର କାର୍ଯ୍ୟ କରୁଛନ୍ତି। କିନ୍ତୁ ରାଜ୍ୟ ସରକାର ପାତରଅନ୍ତର ନୀତି ଆପଣାଇ କେବଳ ଦଳୀୟ କର୍ମୀଙ୍କୁ ପକ୍କାଘର ଯୋଗାଇ ଚାଲିଛନ୍ତି। ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ବଞ୍ଚିତ ହେଉଛନ୍ତି। ୨୦୨୨ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗରିବ ଲୋକ ପାଖରେ ପକ୍କାଘର ନ ପହଞ୍ଚାଇପାରିଲେ ବିଜେଡି ସରକାର ଦାୟୀ ରହିବ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?